ଦୈନିକ ରାଶିଫଳ: 02 ଜାନୁୟାରୀ 2023, ମହାଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୨ତାରିଖ, ସୋମବାର, ଧନୁମାସ ୧୮ଦିନ, ପୌଷମାସ, ଶୁକ୍ଳପକ୍ଷ, ଏକାଦଶିତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ । ବଣିଜ କରଣ ସକାଳ ୭ଟା ୪୪ମିନିଟ୍ ପରେ ରାତ୍ରି ୮ ଟା ୨୩ ପରେ ବବ କରଣ । ମିଥୁନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଶିମ୍ବ ଆମିଷ ରାତି ୮ଟା ୨୩ ମିନିଟ ପରେ ପୋଇ ମସୁର ଡାଲି ନ ଖାଇଲେ ଭଲ । ଯୋଗିନୀ- ରାତ୍ରି ୮ ଟା ୨୩ ମିନିଟ ପରେ ଆଗ୍ନେୟ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୬ମିନିଟ୍ ରୁ ୯ଟା ୭ମିନିଟ୍, ଦିବା ୨ଟା ୩୩ମିନିଟ୍ ରୁ ୩ଟା ୫୪ମିନିଟ୍, ରାତ୍ରି ୧୦ଟା ୧୧ମିନିଟ୍ ରୁ ୧୧ଟା ୫୦ ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୭ଟା ୪୬ମିନିଟ୍, ଦିବା ୯ଟା ୧୮ମିନିଟ୍ ରୁ ୧୧ଟା ୨୮ମିନିଟ୍, ରାତ୍ର ୭ଟା ୫୩ମିନିଟ୍ ରୁ ୧୦ଟା ୧୧ମିନିଟ୍, ରାତ୍ର ୨ଟା ୫୫ମିନିଟ୍ ରୁ ୩ଟା ୪୭ମିନିଟ୍ । ପର୍ବଦିନ- ପୁତ୍ରଦା ଏକାଦଶୀ, ଶମ୍ଭୁ ଏକାଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପମାନିତ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ ଓ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବାଧା ଆସିପାରେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଲାଭବାନ୍ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ ଓ ମାନସିକ ଶାନ୍ତି ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ବକେୟା ଅର୍ଥ ଆଦାୟ ହୋଇପାରେ । ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ତୁଳା:-ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ରୋଜଗାର ସମସ୍ୟା ସୁଧୁରି ଯିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:- ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପ୍ରତିକାର- ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଉଚିତ୍ ପନ୍ଥା ଗ୍ରହଣ କରିବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରି ପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!