ଦୈନିକ ରାଶିଫଳ: 02 ଜାନୁୟାରୀ ୨୦୨୧, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କ ଜୀବନରେ ଆସିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨ତାରିଖ, ଶନିବାର, ଧନୁମାସ ୧୯ଦିନ, ପୌଷମାସ, କୃଷ୍ଣପକ୍ଷ, ତୃତୀୟାତିଥି, ସକାଳ ୯ଟା ୧୦ମିନିଟ୍ ଗତେ ଚତୁର୍ଥୀ ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ, ସକାଳ ୯ଟା ୧୦ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୭ଟା ୫୩ମିନିଟ୍ ରୁ ୯ଟା ୭ମିନିଟ୍, ଦିବା ୧୨ଟା ୧୩ନିଟ୍ ରୁ ୧ଟା ୧୧ମିନିଟ୍, ଦିବା ୨ଟା ୩୪ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୩ଟା ୫୦ମିନିଟ୍ ରୁ ୩ଟା ୫୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଶାରୀରିକ କଷ୍ଟ ଦୂରେଇ ଯିବ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ମାନସିକ ଅଶାନ୍ତି ଦୂର ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ବାଦବିବାଦ ମାଲିମୋକଦ୍ଦମାରେ ବିଜୟୀ ହେବେ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରନ୍ତି । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବା ଯୋଗେ ମାନସିକ ଅଶାନ୍ତି ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । କର୍ମକ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ପରିଶ୍ରମରେ ସଫଳତା ପାଇବେ । ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବା ସହ ଶୁଭ ସୂଚନା ମଧ୍ୟ ପାଇବେ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଦୂରଯାତ୍ରା କରି ସଫଳତା ପାଇବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରେମକ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭପାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ନିଜେ ଗାଡ଼ି ଚଳାନ୍ତୁ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଭଲ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ଓ ସହକର୍ମୀ ମାନେ କାମର ପ୍ରଶଂସା କରିବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ରାଜନୀତିରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ଫଳରେ ନିଜ ଚେଷ୍ଟାରେ ସଫଳତା ମିଳିବ । ସ୍ୱାସ୍ଥ୍ୟରେ ଅସୁବିଧା ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ ଓ ଶୁଭ ସମାଚାର ମିଳିବ । ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ । ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । ପାରିବାରିକ ଜୀବନରେ ଶାନ୍ତି ଆସିବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ଶତୃମାନେ ମଥାନତ କରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସତସଙ୍ଗ ଓ ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ, ପ୍ରଶଂସିତ ହେବେ । କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ଆଦାୟ ହୋଇ ଆୟ ଉପାର୍ଜନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷାକୃତ ବୃଦ୍ଧି ପାଇବ । ନୂତନ କାର୍ଯ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଗୃହୋପକରଣ କ୍ରୟ କରିବେ । ଦୂରଯାତ୍ରାର ସୁଯୋଗ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । କ୍ରୀଡ଼ାବିଦ୍ମାନେ ଶୁଭ ସମାଚାର ପାଇବେ । ବ୍ୟବସାୟରେ ଉନ୍ନତି ଆଶାନୁରୂପ ଲାଭ କରିବେ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ଉନ୍ନତି ଓ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ଦେଖାଦେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!