ଦୈନିକ ରାଶିଫଳ: ୦୨ ଜୁଲାଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୨ ତାରିଖ, ଗୁରୁବାର, ମିଥୁନ ମାସ ୧୮ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ପୋଇ, ମସୁରଡାଲି ନ ଖାଇଲେ ଭଲ, ଦିବା ୩ଟା ୧୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୭ମିନିଟ୍, ସକାଳ ୯ଟା ୪୦ମିନିଟ୍ ରୁ ୧୧ଟା ୨୩ମିନିଟ୍, ସନ୍ଧ୍ୟା ୭ଟା ୧୦ମିନିଟ୍ ରୁ ରାତ୍ର ୯ଟା ୧୮ମିନିଟ୍। ପର୍ବଦିନ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ସୁନାବେଶ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ରାଜନୀତି କ୍ଷେତ୍ରରେ ତଳ ମହଲରୁ ଆଶାତୀତ ଲାଭ ପାଇ ମୁଣ୍ଡ ଉଚ୍ଚ ରହିବ ଓ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ। କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି।  ଶତୃମାନେ ଦୂରେଇ ଯିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ ଆଶାତୀତ ଲାଭ ପାଇ ନୂତନ ଦ୍ରବ୍ୟ କ୍ରୟ କରିବେ। ଆର୍ଥିକ ଉନ୍ନତି ଦେଖାଦେବ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଉପରିସ୍ଥ ଅଧିକାରୀଙ୍କ ସହିତ ଭଲ ସମ୍ପର୍କ ରହିବ। ସରକାରୀ କର୍ମଚାରୀ ମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି। ଧାର୍ମିକ କାର୍ଯ୍ୟରେ ରୁଚି ବଢିବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଛାତ୍ର ଛାତ୍ରୀ ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୁରୁଜନମାନଙ୍କ ଆଶୀର୍ବାଦ ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ କର୍ମଚାରି ମାନଙ୍କ ଦ୍ଵାରା ଲାଭବାନ ହେବେ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପରୋପକାର ଓ ସମାଜସେବା କରି ପ୍ରଶଂସିତ ହେବେ। ଅଧ୍ୟୟନ ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ସାଧାରଣ ଲୋକଙ୍କ ତରଫରୁ ଆଶ୍ଵାସନା ଓ ସହାନୁଭୂତି ପାଇବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ।ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆତ୍ମସନ୍ତୋଷ ବଢିବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ପ୍ରଶଂସିତ ହେବେ।କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ଘରୁ ବାହାରକୁ ନ ବାହାରିବା ଭଲ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ ସମସ୍ୟା ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ଆଜି ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବା ସହ ଉତ୍ତମ ରୋଜଗାର କରି ପାରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ସମସ୍ତ ବ୍ୟବସାୟରେ  ପ୍ରଚୁର ଲାଭ ପାଇବେ, ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବା ଯୋଗେ ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଘା ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ପାଇବେ। କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ଶାନ୍ତିରେ ଦିନ କଟାଇବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!