ଦୈନିକ ରାଶିଫଳ: 02 ଜୁଲାଇ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୨ ତାରିଖ, ଶୁକ୍ରବାର, ମିଥୁନ ମାସ ୧୮ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଶୋଭନ ଯୋଗ, କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ, ଦିବା ୩ଟା ୨୯ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୩ଟା ୨୯ମିନିଟ୍ ପରେ ପୂର୍ବ । ଶ୍ରାଦ୍ଧ ତର୍ପଣ- ୮ମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭବେଳା- ଦିବା ୧୦ଟା ୧୧ମିନିଟ୍ ରୁ ଦିବା ୧୧ଟା ୫୦ମିନିଟ୍ । ସକାଳ ୮ଟା ୩୩ମିନିଟ୍ ରୁ ଦିବା ୧୦ଟା ୧୧ମିନିଟ୍ । ରାତ୍ରି ୯ଟା ୮ମିନିଟ୍ ରୁ ରାତ୍ରି ୧୦ଟା ୨୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୯ମିନିଟ୍ ରୁ ୭ଟା, ଦିବା ୧୨ଟା ୧୮ମିନିଟ୍ ରୁ ୨ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୮ଟା ୩୪ମିନିଟ୍, ରାତ୍ର ୧୨ଟା ୫୬ମିନିଟ୍ ରୁ ୩ଟା ୪ମିନିଟ୍ ।

ମେଷ:-

ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତରେ ଉତ୍ସାହ ବଢିବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ । କର୍ମକ୍ଷେତ୍ରରେ ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ । ଅଚାନକ ଧନ ପ୍ରାପ୍ତିହେବ ଓ ମାନସିକ ଏକାଗ୍ରତା ରଖି ପାରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀ ମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖାଦେବ, ଧନସମ୍ପଦପ୍ରାପ୍ତି, ବସ୍ତ୍ରଭୂଷଣ ଆଦି ଲାଭହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ସାମ୍ବାଦିକମାନେ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟକଲେ ପ୍ରସଂଶା ପାଇବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅନେକ ସମସ୍ୟା ସମାଧାନ କରି ବ୍ୟବସାୟିକସ୍ଥିତି ସୁଦୃଢ ହେବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତିର ସୂଚନା ପାଇ ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ସାମାଜିକ ସ୍ଥିତି ମାନସମ୍ମାନ ବୃଦ୍ଧି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-

ସନ୍ତାନ ଏବଂ ଜୀବନସାଥିଙ୍କ ସହଯୋଗ ପାଇ ସୁଖ ପ୍ରାପ୍ତି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପାରିବାରିକ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପରିବାରରେ ପ୍ରୀତିଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

ସାମ୍ବାଦିକମାନେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!