ଦୈନିକ ରାଶିଫଳ: 02 ଜୁନ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନ ମାସ ୨ ତାରିଖ, ବୁଧବାର, ବୃଷ ମାସ ୧୯ ଦିନ, ଜ୍ୟେଷ୍ଠ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ଶତାଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ସକାଳ ୭ଟା ୪୯ମିନିଟ୍ ରୁ ୮ଟା ୨୬ମିନିଟ୍, ଦିବା ୧୦ଟା ୭ମିନିଟ୍ ରୁ ୧୧ଟା ୧୯ମିନିଟ୍, ଦିବା ୧ଟା ୫୭ମିନିଟ୍ ରୁ ୫ଟା ୨୫ମିନିଟ୍, ସନ୍ଧ୍ୟା ୬ଟା ୧୯ମିନିଟ୍ ରୁ ରାତ୍ର ୯ଟା ୫୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ଲାଭ ହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ବ୍ୟସ୍ତ ରହିବେ । ପରିବାର ହିତ ପାଇଁ ଗୃହୋପକରଣ କ୍ରୟ କରି ଅଧିକ ଖର୍ଚ୍ଚାନ୍ତ ହେବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ବିଶେଷ କରି ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ । ସନ୍ତାନ ପାଇଁ ଚିନ୍ତିତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସନ୍ତାନ ଯୋଗେ ଆନନ୍ଦିତ ହେବେ । ବିଦ୍ୟାରେ ଉନ୍ନତି କରିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ । ରାଜନୀତି କ୍ଷେତ୍ରରେ ନିରର୍ଥକ ମନସନ୍ତାପ, ମାନସିକ ଅଶାନ୍ତି, ଉତ୍ତେଜନା, ଡିପ୍ରେସନ, ସ୍ୱାସ୍ଥ୍ୟହାନୀ ହୋଇପାରେ । ଆର୍ଥିକ ଟଣାଟଣି ଅବସ୍ଥା ରହିବ । ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ଯୋଗ ଅଛି । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ସମାଧାନ ହୋଇଯିବା ଫଳରେ ଉତ୍ସାହିତ ହେବେ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-

ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜନସେବାରେ ନିଜକୁ ନିୟୋଜିତ କରିବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ଅପୋଷ ସମାଧାନ ହେବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-

ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!