୨୦୨୨ ମସିହା, ଜୁନମାସ ୨ତାରିଖ, ଗୁରୁବାର, ବୃଷମାସ ୧୯ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ତୃତୀୟାତିଥି, ଆର୍ଦ୍ରାନକ୍ଷତ୍ର ଦିବା ୪ଟା ୩ମିନିଟ୍ ପରେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ । ତୈତିଳ କରଣ ଦିବା ୧୧ଟା ୨ମିନିଟ୍ ପରେ ଗର କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୨ଟା ୧୭ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୩ଟା ୧ମିନିଟ୍ ରୁ ସନ୍ଧ୍ୟା ୬ଟା ୧୮ମିନିଟ୍, ରାତ୍ରି ୧୧ଟା ୪୪ମିନିଟ୍ ରୁ ରାତ୍ରି ୧ଟା ୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୨ମିନିଟ୍, ଦିବା ୯ଟା ୩୪ମିନିଟ୍ ରୁ ୧୧ଟା ୧୭ମିନିଟ୍, ସନ୍ଧ୍ୟା ୭ଟା ୨ମିନିଟ୍ ରୁ ୯ଟା ୧୧ମିନିଟ୍, ରାତ୍ର ୧ଟା ୭ମିନିଟ୍ ରୁ ୨ଟା ୧୫ମିନିଟ୍, ରାତ୍ର ୩ଟା ୪୪ମିନିଟ୍ ରୁ ୫ଟା ୯ମିନିଟ୍ । ପର୍ବଦିନ- ରମ୍ଭା ତୃତୀୟା, ରମ୍ଭା ବ୍ରତ ।
ମେଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ଛାତ୍ରଛାତ୍ରୀମାନେ ଯାତ୍ରାରେ ସୁଭଫଳ ପାଇ ବାନ୍ଧବୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଅଳଙ୍କାର କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-ସମାଜ ସେବା, ଲୋକ ସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବାର ଯୋଜନା କରି ପାରିବେ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ଼ ମିଟିଂରେ ଯୋଗ ଦେବେ । ସାଧାରଣ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ଛାତ୍ରଛାତ୍ରୀମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ପରିବାର ଲୋକଙ୍କର ସମର୍ଥନ ଓ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
କନ୍ୟା:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଦାମ୍ପତ୍ୟ ସମସ୍ୟା ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ କରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟରେ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହୋଇ ପାରେ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
କୁମ୍ଭ:-ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଘରୋଇ କର୍ମଚାରୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବ୍ରତ, ଉପାସନାରେ ବ୍ରତୀ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ରାଜନୀତିରେ ଲୋକ ସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ବିଦ୍ୟାର୍ଥୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । କାର୍ଯ୍ୟକ୍ଷେତ୍ରରେ ପରିଶ୍ରମ ଦ୍ୱାରା ଲାଭ ପାଇବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।