ଦୈନିକ ରାଶିଫଳ: 02 ମାର୍ଚ୍ଚ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୨ ତାରିଖ, ବୁଧବାର, କୁମ୍ଭ ମାସ ୧୮ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଶିବ ଯୋଗ ସକାଳ ୮ଟା ୨୦ମିନିଟ୍ ଗତେ ସିଦ୍ଧ ଯୋଗ । ଚତୁଷ୍ପଦ କରଣ ଦିବା ୧୨ଟା ପରେ ନାଗ କରଣ । କର୍କଟ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ରାତି ୧୧ଟା୫ ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୧୧ଟା ୪ ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଅମାବାସ୍ୟା ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୯ଟା ୪ମିନିଟ୍ ରୁ ଦିବା ୧୦ଟା ୩୨ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୧ଟା ୨୬ମିନିଟ୍ ରାତ୍ରି ୩ଟା ୩ମିନିଟ୍ ରୁ ୪ଟା ୩୬ମିନିଟ୍ । ଶୁଭସମୟ- ସକାଳ ୬ଟା ୧୦ମିନିଟ୍ ରୁ ୭ଟା ୪୧ମିନିଟ୍, ଦିବା ୧୦ଟା ୩୨ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୫୬ମିନିଟ୍ ରୁ ୫ଟା, ସନ୍ଧ୍ୟା ୬ଟା ୩୮ମିନିଟ୍ ରୁ ରାତ୍ର ୧୦ଟା ୪୩ମିନିଟ୍, ରାତ୍ର ୨ଟା ୨ମିନିଟ୍ ରୁ ରାତ୍ର ୩ଟା ୨ମିନିଟ୍, ରାତ୍ର ୪ଟା ୩୭ମିନିଟ୍ ରୁ ୬ଟା ୭ମିନିଟ୍ ।

ମେଷ:-ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ନୂତନ କର୍ମରେ ନିଯୁକ୍ତି ପାଇବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ରାଜନୀତିରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

ବୃଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯାଇ କର୍ମକ୍ଷେତ୍ରରେ ଉନ୍ନତି ସହ ସ୍ଥିତି ସୁଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚପଦ ପଦବୀରେ ପ୍ରତିଷ୍ଠିତ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-ଭାଇଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ଦିଗରୁ ଖୁସି ମିଳିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାର ସମାଧାନ କରିବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟପାଇଁ ସହଯୋଗ ପ୍ରାପ୍ତି ହେବ । ବିଦ୍ୟାରେ ସଫଳତା ପାଇବାର ସମ୍ଭାବନା ଅଛି । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସାଂସାରିକ ଜୀବନ ସୁଖମୟ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ । ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ ଓ ଆଶାନୁରୂପ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-ସରକାରୀ କାମରେ ସଫଳତା ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳ ରେ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ପରିବହନ ବ୍ୟବସାୟରେ ବିଭିନ୍ନଆଡୁ ଲାଭ ପାଇବେ । ନୂତନ ଜାଗାଜମି, ଗୃହ, ବାହନ ଆଦି କ୍ରୟକରିବାର ଯୋଜନା କରିବେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପାଫଳରେ ଧନପ୍ରାପ୍ତହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବ୍ୟବସାୟରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧାରି ପାରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଉତ୍ସାହିତ ହେବେ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ପାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ । ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ । ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ପାରିବାରିକ ପରିସ୍ଥିତି ଠିକ୍ ରହିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କରିବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!