ସାପ୍ତାହିକ ରାଶିଫଳ: ୦୨ ମାର୍ଚ୍ଚ ରୁ ୦୮ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ  ପ୍ରଚୁର ଲାଭ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ମାଲିମୋକଦ୍ଦମାରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ କରିବ। ବକେୟା ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯଥାର୍ଥ କର୍ମଯୋଗୀ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। କରଜର ମାତ୍ରା ହ୍ରାସ ପାଇବ। ମହିଳାମାନେ ଭୋଗବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଆତ୍ମନିରୀକ୍ଷଣ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଉଚ୍ଚଶିକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟୟ ତୁଳନାରେ ଆୟ ଅଧିକ ହେବ ଓ ଆର୍ଥିକ ଅନାଟନ ଦୂରେଇ ଯିବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା ଭାବେ ସମ୍ମାନ ପାଇବେ। ମାଲିମୋକଦ୍ଦମାରେ ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ  ଆନ୍ତିରକତା ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବ୍ୟବସାୟକ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନିଜ ପ୍ରଭାବ ଫଳରେ ପ୍ରତିକୂଳ ସ୍ରୋତକୁ ଆତିକ୍ରମ କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ। ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ ଓ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ। ଲୋକ ସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ମାନ-ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପାରିବାରିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର:-  ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ପୀଡା, ମନର ଦୁଶ୍ଚିନ୍ତା ଦୂର ହୋଇଯିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି  ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସୁଖ, ସମ୍ପତ୍ତି ଓ ସାହାଯ୍ୟ ପ୍ରାପ୍ତି ହେବ। କର୍ମଜୀବିମାନେ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ, ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ସୁଖ ଅନୁଭବ କରିବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଉଦ୍ୟମ ଓ ଦୃଢମନରେ  ପରୋପକାର କରିବେ। ପରିବର୍ତ୍ତନଶୀଳ ଭାଗ୍ୟ ନେଇ ଜୀବନ ଶୈଳୀ ଗଢିବେ। ଛାତ୍ର ଛାତ୍ରୀ ମାନେ ବହୁ ଦିଗରୁ ଉପକୃତ  ହେବେ। ବାହ୍ୟ ପ୍ରତିପତ୍ତି ଉଣା ହେବ ନାହି। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ଓ ଭାବମୂର୍ତ୍ତି ଅମଳିନ ରହିବ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗିତା ଓ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ବ୍ୟବସାୟୀମାନଙ୍କର ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ସନ୍ତାନମାନେ ସୁନାମ ଅର୍ଜନ କରିବେ। ରାଜନୈତିକ କ୍ଷେତ୍ରରେ ନିଜ ସ୍ଵାର୍ଥକୁ ସର୍ବସ୍ଵ ମଣି ଅନ୍ୟମାନଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ସାହାଯ୍ୟ କରି ପଦ ପଦବୀ ଲାଭ କରି ପାରନ୍ତି। ପରିବାରରେ ଅଧିକ ପରିଶ୍ରମ କରି ଲକ୍ଷ୍ୟ ସିଦ୍ଧି କରିବେ। ଛାତ୍ର ଛାତ୍ରୀମାନଙ୍କର ପଢାପଢିରେ ମନ ଲାଗିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ଏକାକିତ୍ଵ ବୋଧର କୁହୁଳା ଅବଶୋଷରୁ ମୁକ୍ତ ହେବେ। ସାମୟିକ ରକ୍ତଚାପ ବା ଶିରୋପୀଡା ଜନିତ ପୀଡାରୁ ମୁକ୍ତି ମିଳିବ। ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇପାରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ନୂତନ ଆୟର ପନ୍ଥା ନିର୍ଦ୍ଧାରଣ କରି ପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ମେଣ୍ଟିଯିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ଗୃହୋପକରଣ କ୍ରୟ କରି ପାରନ୍ତି। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ବ୍ୟବସାୟୀ ମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମହିଳାମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ।  ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କେତେକ କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପରିବାରରେ ଶାନ୍ତି ଦେଖାଦେବ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!