ଦୈନିକ ରାଶିଫଳ: ୦୨ ମଇ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨ତାରିଖ, ଶନିବାର ମେଷମାସ ୨୦ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ନବମୀତିଥି, ମଘାନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ବୃଷ, ସିଂହ, କନ୍ୟା ରାଶିର ଘାତବାର କର୍କଟ, ମକର ରାଶିର ଘାତଚନ୍ଦ୍ର ଲାଉନ ଖାଇଲେ ଭଲ। ଶୁଭସମୟଦିବା ୧୦ଟା ୧୦ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୮ଟା ୨୨ମିନିଟ୍ ରୁ ୧୦ଟା ୩୫ମିନିଟ୍

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ବନ୍ଧୁଙ୍କ ସହଯୋଗରେ ଆଗକୁ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଆପଣଙ୍କ ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଧାର୍ମିକ, ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି। ସର୍ବଦା ଲୋକଙ୍କ ସମ୍ପର୍କରେ ରହିବେ। ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଘର ପରିବାରକୁ ପ୍ରାଥମିକତା ଦେବେ, ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭାକାଙ୍ଖିମାନେ ସହଯୋଗ କରି ପାରନ୍ତି। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାରକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ସୁଧାର ଆସିବ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ସବୁଥିରେ ସଫଳତା ମିଳି ସମସ୍ତ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ। ପରିବାରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁବାନ୍ଧବ ମାନଙ୍କ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସୁଖଶାନ୍ତି ଲାଭ ହେବା ସହ ଆତ୍ମୀୟବର୍ଗରେ ଉନ୍ନତି ହେବ। ଆର୍ଥିକ ବୃଦ୍ଧି ହେବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ। ରାଜନୈତିକ କ୍ଷେତ୍ରରେ ଟାଣୁଆନେତା, ପୁରୁଖାନେତାଙ୍କ ପାଇଁ ଆଶା ଉଜ୍ଵଳ ହେବାର ଦେଖାଦେବ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଦେଖାଦେଇ ପାରେ। କିନ୍ତୁ କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଅନୁଭବ କରିବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟ ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଚାକିରୀରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ।  ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ସବୁଥିରେ ସଫଳତା ମିଳି ସମସ୍ତ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ଦ୍ଵାରା ମାନସିକ ଶାନ୍ତି ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ।  ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଶୁଭଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ପ୍ରଶାସନସେବା ସଂବନ୍ଧିତ କାର୍ଯ୍ୟରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇ ଯିବ। ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ପ୍ରଭାବ ଓ  ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-

ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ।  ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବା ସହିତ ଉନ୍ନତି କରିବେ। ବ୍ୟବସାୟିମାନେ ବହୁତ ଲାଭ ଉଠାଇ ପାରିବେ। କର୍ମ କ୍ଷେତ୍ରରେ ଦାଇତ୍ଵ ବଢିବା ସହ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମାଆ ବାପା ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!