ଦୈନିକ ରାଶିଫଳ: 02 ମଇ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨ ତାରିଖ, ରବିବାର, ମେଷମାସ ୧୯ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୂର୍ବାଷାଢା ନକ୍ଷତ୍ର, ସକାଳ ୯ଟା ଗତେ ଉତ୍ତରାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପିତାଦ୍ରବ୍ୟ ନ ଖାଇଲେ ଭଲ, ଦିବା ୨ଟା ୫୦ ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୨୧ମିନିଟ୍ ରୁ ୯ଟା ୩୫ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୫୨ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୫ମିନିଟ୍ ରୁ ୧ଟା ୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । ନୂତନ ଆୟର ପନ୍ଥା ନିର୍ଦ୍ଧାରଣ କରି ପାରିବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ଓ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ । ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ଲେଖାପଢାରୁ ଶୁଭଫଳ ମିଳିବ । କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ରାଜନୀତିରେ କଠିନ ପରିଶ୍ରମ କରି ଖୁସି ହେବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶାରିରୀକ ସୁସ୍ଥତା ଦେଖା ଦେବ । ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ମନ ଖୁସି କରିବେ । ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ । ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ । ବ୍ୟବସାୟରେ ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପରୋକ୍ଷ ଶତ୍ରୁତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ଆୟରସ୍ରୋତ ବୃଦ୍ଧିହେବ କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ମନ ଭଲ ରହିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଗୁରୁଜନଙ୍କ ଆଶୀର୍ବାଦ ପାଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ଆୟରସ୍ରୋତ ଖୋଲିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକମାନେ ସାହାଯ୍ୟ କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସନ୍ତାନ ସୁଖରେ ସୁଖୀ ହେବେ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ପାରିବାରିକ ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ । ବାଣିଜ୍ୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଉନ୍ନତମାନର ଫଳପାଇବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ନିଜ ପରିଶ୍ରମରେ ସଫଳତା ପାଇବା ସହ ଧନ ଲାଭହେବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସିହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସେବକ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ଆର୍ଥିକ ସଙ୍କଟ ଦୂର ହେବ । ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!