ଦୈନିକ ରାଶିଫଳ: 02 ମଇ 2022, ମହାଦେବଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨ତାରିଖ, ସୋମବାର, ମେଷମାସ ୧୯ଦିନ, ବୈଶାଖମାସ ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୩ଟା ୩୬ମିନିଟ୍ ପରେ ଶୋଭନ ଯୋଗ । ବାଳବ କରଣ ଦିବା ୪ଟା ୧୯ମିନିଟ୍ ପରେ କୌଳବ କରଣ । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ନିଶାନ୍ତ ୫ଟା ୧୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୫୬ମିନିଟ୍ ରୁ ୮ଟା ୩୨ମିନିଟ୍, ଦିବା ୨ଟା ୫୬ମିନିଟ୍ ରୁ ୪ଟା ୩୦ମିନିଟ୍, ରାତ୍ରି ୧୦ଟା ୧୯ମିନିଟ୍ ରୁ ୧୧ଟା ୪୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୨ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ଦିବା ୧ଟା ୦ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ୫ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୫୨ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୪ମିନିଟ୍ ରୁ ରାତ୍ର ୨ଟା ୨୦ମିନିଟ୍ ।

ମେଷ:-ସମସ୍ୟା ସମାଧାନ ହୋଇଯିବା ଫଳରେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଶତୃମାନେ ମଥାନତ କରିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ଓ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ରାଜନୀତି କ୍ଷେତ୍ରରେ ଆର୍ଥିକ ସହାୟତାରେ ସେବାକାରୀମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ରାଜନୈତିକ କ୍ଷେତ୍ରର ଲକ୍ଷ୍ୟ ସିଦ୍ଧିହେବା ସହ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିବା ପାଇଁ ଚିନ୍ତା କରିବେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:- ଶୁଭ ଖବର ପାଇ ଖୁସି ହେବେ । ନିଜର ଉଚ୍ଚାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କଲେ ସଫଳ ହେବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଧନ ପ୍ରାପ୍ତି ହେବ ଓ ସନ୍ତାନଙ୍କ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ବହୁତ ପରିଶ୍ରମ କରି ସାମାନ୍ୟ ଅର୍ଥ ଲାଭ ହେବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ଆବଶ୍ୟକତା ପୂରଣ ଦିଗରେ ନୂତନ ବନ୍ଧୁ ମିତ୍ରମାନଙ୍କର ସହଯୋଗ ଲୋଡି ପାରନ୍ତି । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ନିଜ ଲୋକ ମନମୋଟିଆ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକ ଜୀବନରେ ସୁଧାର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ରାଜନୀତିରେ କୌଣସି ଅପରିଚିତଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବାଣିଜ୍ୟ, ବ୍ୟବସାୟ ପ୍ରଚୁର ଲାଭ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସଫଳ ହେବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଯାତ୍ରାରେ ସଫଳ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ଟେନସନ ଦୂର ହୋଇ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!