ଦୈନିକ ରାଶିଫଳ: 2 ନଭେମ୍ବର ୨୦୨୦, ମାହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ ରୋଗରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨ତାରିଖ, ସୋମବାର, ତୁଳାମାସ ୧୭ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୭ଟା ୧୫ମିନିଟ୍, ଦିବା ୮ଟା ୫୩ମିନିଟ୍ ରୁ ୧୧ଟା ୬ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ୯ଟା ୫୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବିଦ୍ୟାରେ ଉନ୍ନତିହେବା ସହ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ସମୟ ଆନନ୍ଦ ମୟହେବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ବିଭିନ୍ନ ଦିଗରୁ ଲାଭବାନ୍ ହେବେ।ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସହଯୋଗୀମାନେ ସହଯୋଗ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ।  ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଅନେକ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି।ସ୍ୱାସ୍ଥ୍ୟସମସ୍ୟା ଯୋଗେ ମାନସିକ ଅସୁସ୍ଥି ବଢିଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-

ଶୁଭ କାମ କରି ପ୍ରଶଂସିତ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭ ହୋଇପାରେ। ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ।  ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ଛାତ୍ର ଛାତ୍ରୀମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବା ସହ ଦୂରଯାତ୍ରାରେ ସୁଖମିଳିବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ଯୁକ୍ତିତର୍କଠାରୁ ଦୂରେଇ ରହିବା ଉଚିତ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରତିକାର:- ଷଣ୍ଢକୁ କିଛି ଖୁଆନ୍ତୁ।

ମୀନ:-

ବ୍ୟବହାର କୁଶଳତାକୁ ଆଧାରକରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ମାନ ସମାଧାନ ହୋଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!