ଦୈନିକ ରାଶିଫଳ: 02 ନଭେମ୍ବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ଆର୍ଥିକ ସଙ୍କଟ ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨ତାରିଖ, ବୁଧବାର, ତୁଳାମାସ ୧୭ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ନବମୀତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର ଦିବା ୨ଟା ୧୬ମିନିଟ୍ ପରେ କୁମ୍ଭ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ଦିବା ୧୦ଟା ୨୫ମିନିଟ୍ ପରେ ବୃଦ୍ଧି ଯୋଗ । ବାଳବ କରଣ ଦିବା ୧୦ଟା ୫ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର ଦିବା ୨ଟା ୧୬ମିନିଟ୍ ପରେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ରାତି ୯ଟା ୧୦ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୯ଟା ୧୦ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୨ଟା ୪୧ମିନିଟ୍ ରୁ ୪ଟା ୧୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୨ମିନିଟ୍ ରୁ ୮ଟା ୬ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୨୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୩୭ମିନିଟ୍, ସନ୍ଧ୍ୟା ୬ଟା ରୁ ୬ଟା ୪୯ମିନିଟ୍, ରାତ୍ର ୮ଟା ୩୩ମିନିଟ୍ ରୁ ୨ଟା ୪୦ମିନିଟ୍, ରାତ୍ର ୪ଟା ୧୭ମିନିଟ୍ ରୁ ୫ଟା ୫୧ମିନିଟ୍ । ପର୍ବଦିନ- ଅଁଳାନବମୀ, ଶ୍ରୀ ରାଧାଙ୍କ ପାଦ ଦର୍ଶନ, ତ୍ରେତାଯୁଗାଦି ଶ୍ରାଦ୍ଧ, ଭାଗବତ ସପ୍ତାହ ଆରମ୍ଭ, ଧାତ୍ରୀ ପୂଜା, ଜଗଦ୍ଧାତ୍ରୀ ପୂଜା ।

ମେଷ:-ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ଅନେକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।

ମିଥୁନ:-ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମନ ସନ୍ତୁଷ୍ଟ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ । କିନ୍ତୁ ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତିରେ ସଫଳତା ମିଳିବ । ସାମ୍ବାଦିକତା, ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରିୟଜନଙ୍କସହ ମିଳନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବିଦେଶ ଯାତ୍ରାରେ ଯଶ ଲାଭ ଓ ବ୍ୟବସାୟରେ ଲାଭବାନ ହେବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଶୁଭ ସମାଚାର ଶୁଣିବେ । ନୂତନ ବ୍ୟବସାୟରେ ନିବେଶ କରିପାରିବେ । ଭାଗିଦାରୀ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଇଣ୍ଟରଭ୍ୟୁ ଆଦିରେ ସଫଳତା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମୟ ଅନୁକୂଳ ହେବା ଦ୍ଵାରା ଦିନଟି ଆନନ୍ଦରେ କଟେଇ ପାରିବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ଧନୁ:-ବିରୋଧିମାନେ ଦୂରେଇ ଯିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଉତ୍ତରଦାୟିତ୍ୱ ବଢ଼ିବ । ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସରକାରୀ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟିକ ସ୍ଥିତି ସୁଧୁରିଯାଇ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ । ବେପରୁଆ କାର୍ଯ୍ୟ କଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବା ସହ ମାନହାନୀ ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହୋଇ ଆର୍ଥିକସ୍ଥିତି ପୂର୍ବପରି ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!