ଦୈନିକ ରାଶିଫଳ: 02 ଅକ୍ଟୋବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୨ତାରିଖ, ରବିବାର, କନ୍ୟାମାସ ୧୬ଦିନ, ଆଶ୍ଵିନମାସ ଶୁକ୍ଳପକ୍ଷ, ସପ୍ତମୀତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ । ଗର କରଣ ସକାଳ ୭ଟା ୪୮ମିନିଟ୍ ପରେ ବାଣିଜ୍ୟ କରଣ । ମେଷ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୪୭ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ସନ୍ଧ୍ୟା ୬ଟା ୪୭ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ରି ୧ଟା ୭ମିନିଟ୍ ରୁ ୨ଟା ୩୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ସକାଳ ୬ଟା ୨୯ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧ଟା ୫ମିନିଟ୍ ରୁ ୩ଟା ୭ମିନିଟ୍, ଦିବା ୩ଟା ୫୭ମିନିଟ୍ ରୁ ୪ଟା ୧ମିନିଟ୍, ରାତ୍ର ୭ଟା ୫୭ମିନିଟ୍ ରୁ ୯ଟା ୩୩ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୨ଟା ୩୯ମିନିଟ୍ ରୁ ୫ଟା ୪୦ମିନିଟ୍ । ପର୍ବଦିନ- ମୃଣ୍ମୟୀ ଦେବୀଙ୍କ ସପ୍ତମ୍ୟାଦି ତ୍ରିଦିନ ପୂଜାରମ୍ଭ, ଶ୍ରୀମନ୍ଦିରରେ ମହାଷ୍ଟମୀ ପୂଜା, ମଣ୍ଡଳ ପୂଜା ବା ଫଳଥୁଆ, ଗଜ ବାହନେ ଦେବୀଙ୍କ ଆଗମନ, ମଧ୍ୟ ରାତ୍ରରେ ପୀଠେ ମହାଷ୍ଟମୀ ପୂଜା, ଭାଇ ଜୀଉନ୍ତିଆ, ବିଜୟା ସପ୍ତମୀ ବ୍ରତ, ମହାତ୍ମା ଗାନ୍ଧୀଙ୍କର ଜୟନ୍ତୀ ଓ ଲାଲ୍ ବାହାଦୁର୍ ଶାସ୍ତ୍ରୀଙ୍କ ଜୟନ୍ତୀ ।

ମେଷ:-ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇବେ । କିନ୍ତୁ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-ଶତୃମାନେ ଦୂରେଇ ଯିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ସାମାଜିକ ପତିଆରା ଅମଳିନ ରହିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରି ପାରିବେ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବାର ସୁଯୋଗ ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କର୍କଟ:-ସ୍ୱାସ୍ଥ୍ୟ ଭଲ ରହିବ । ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବ୍ୟବସାୟୀ କାରବାର ବଢିବ ଓ ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ । ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ । ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ମନକୁ ଆଘାତ ଲାଗିଲାପରି କଥା ଶୁଣିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧିପାଇ ସଫଳତା ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ । ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ଫଳରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ରତ ହେବେ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବ୍ୟବସାୟୀମାନେ ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ ପରାମର୍ଶଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବା ସହ ସମୟ ଯୋଗପ୍ରଦ ଥିବାରୁ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!