ଦୈନିକ ରାଶିଫଳ: 02 ଅକ୍ଟୋବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସତାରିଖ, ଶୁକ୍ରବାର, କନ୍ୟାମାସ ୧ଦିନ, ମଳଆଶ୍ଵିନମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନରାଶିର ଘାତବାର। ଧନୁରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୬ଟା ୨୮ମିନିଟ୍, ସକାଳ ୭ଟା ୧୬ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୧ମିନିଟ୍ ରୁ ୩ଟା ୮ମିନିଟ୍, ଦିବା ୩ଟା ୫୬ମିନିଟ୍ ରୁ ସନ୍ଧ୍ୟା ୫ଟା ୩୦ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ରାତ୍ର ୮ଟା ୩୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଉଚ୍ଚ ଆଶାରେ ଆଗେଇବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଶାରୀରିକ ଅସୁସ୍ଥତା ଦୂରହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶତ୍ରୁମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ। ବିଦେଶ ଯାତ୍ରାରେ ଲାଭ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ହେବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ କର୍ମ କ୍ଷେତ୍ରରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ପଦୋନ୍ନତି, ମାନସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ। ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହମେଣ୍ଟିଯିବ ଓ  ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ।ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ।  ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି  ଆଶାତିତ ଲାଭବାନ୍ ହେବେ। ଅଚାନକ ଆର୍ଥିକ ସମସ୍ୟା ଦୂରେଇ ଯିବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟ ଉତ୍ତମ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପୁରୁଣା ରୋଗରୁ ଉପଶମ ପାଇବେ।  ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ଗ୍ରାହାକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବା ସହ  ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଘାସାମାଜିକ ପତିଆରା ଅମଳିନ ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ।  ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଘାଘା ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟ ଭଲ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ।  ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-

ଘାସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହି ଯିବା ଅଧିକ ଉତ୍ତମ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!