ଦୈନିକ ରାଶିଫଳ: 02 ସେପ୍ଟେମ୍ବର 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବରମାସ ୨ତାରିଖ, ଶୁକ୍ରବାର, ସିଂହମାସ୧୭ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି ଦିବା୧ଟା ୫୧ମିନିଟ୍ ପରେ ସପ୍ତମୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ । ତୈତିଳ କରଣ ଦିବା ୧ଟା ୫୧ମିନିଟ୍ ପରେ ଗର କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ଦିବା ୧ଟା ୫୧ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୧ଟା ୫୧ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ସପ୍ତମୀର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୪୬ମିନିଟ୍, ରାତ୍ରି ୮ଟା ୫୨ମିନିଟ୍ ରୁ ୧୦ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୬ଟା ୨୩ମିନିଟ୍, ସକାଳ ୭ଟା ୧୪ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୨ଟା ୩୮ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ୫ଟା ୫୬ମିନିଟ୍, ରାତ୍ର ୭ଟା ୩୧ମିନିଟ୍ ରୁ ୮ଟା ୫୧ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ୪ଟା ୧ମିନିଟ୍ । ପର୍ବଦିନ- ଷଠୀଓଷା, ସୋମନାଥ ବ୍ରତ ଆରମ୍ଭ, ଲଳିତା ସପ୍ତମୀ ବା କୁକ୍କୁଟୀ ବ୍ରତ ।

ମେଷ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଦୂରଯାତ୍ରାରେ ଲାଭ ବାନ୍ ହେବେ । ଶିକ୍ଷା କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ସଫଳ ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:- ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀ ସନ୍ତୋଷ ପ୍ରକାଶ କରି ପାରନ୍ତି । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି । ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ । ଆର୍ଥିକ ଅନାଟନ ଦେଖା ଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ସମସ୍ତ ବ୍ୟବସାୟରେ ଆୟ ବୃଦ୍ଧି ହେବ । ଶତ୍ରୁମାନେ ମଥାନତ କରିବେ ଓ କର୍ମକ୍ଷେତ୍ରରେ ସହକର୍ମୀଙ୍କ ଯୋଗେ ଶାନ୍ତି ମିଳିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହୋଇ ଉଚ୍ଚଆଶା ସଫଳ ହେବ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବା ସହ ସୁଖ ଶାନ୍ତିରେ ଦିନଟି କାଟିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସମାଜ ସେବାକରି ସ୍ଵନାମ ଅର୍ଜନ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖସମ୍ପତ୍ତି ଲାଭ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଶତୃ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଶାରୀରିକ କଷ୍ଟ ଦୂରେଇ ଯିବ ଓ ସରକାରୀ ସାହାଯ୍ୟ ମିଳିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ସନ୍ତାନ ମାନଙ୍କର ଉନ୍ନତି ହେବା ସହ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ସାକ୍ଷାତ୍କାରରେ ବିଜୟୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ କରିବାର ସୁଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବାଦବିବାଦ, ମାଲିମୋକଦ୍ଦମା ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଜନସେବାରେ ନିଜକୁ ନିୟୋଜିତ କରିବେ । ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଉପୁଜିବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!