ଦୈନିକ ରାଶିଫଳ: ୨ ସେପ୍ଟେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୨ ତାରିଖ, ବୁଧବାର, ସିଂହ ମାସ ୧୮ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ସକାଳ ୧୦ଟା ୫୨ମିନିଟ୍ ଗତେ ପ୍ରତିପଦତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ସକାଳ ୧୦ଟା ୫୨ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୭ଟା ୧୪ମିନିଟ୍, ଦିବା ୧୦ଟା ୧୪ମିନିଟ୍ ରୁ ୧୧ଟା ୨୦ମିନିଟ୍, ଦିବା ୧ଟା ୫୦ମିନିଟ୍ ରୁ ୫ଟା ୬ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍। ପର୍ବଦିନ- ଭାଗବତ ଜନ୍ମ, ଇନ୍ଦ୍ର ପୂର୍ଣ୍ଣିମା, ବୁଦ୍ଧିବାମନ ଓଷା ଶେଷପାଳି, ଅପରପକ୍ଷ ଆରମ୍ଭ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ପାରିବାରିକ ଜୀବନରେ ଉନ୍ନତି ହେବ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ମାନ ସମ୍ମାନ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି। ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଶିକ୍ଷା କିମ୍ବା ସଙ୍ଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟହେବ।ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍। ପାର୍ଟନର୍ସିପ୍ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବା ସହ ପଦୋନ୍ନତି ମଧ୍ୟ ପାଇପାରନ୍ତି। ଶାରୀରିକ କଷ୍ଟ ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।  ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇ ଉଚ୍ଚଆଶା ସଫଳ ହେବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ନୂଆରୋଜଗାର ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ।  ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବା ଫଳରେ ଆଶାତୀତ ଲାଭ ପାଇବେ। ଆଦର୍ଶବାଦୀ ହେବା ଫଳରେ କୋର୍ଟ କଚେରୀ, ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀହେବେ, ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ନୂତନ କାର୍ଯ୍ୟ ଆରମ୍ଭ କରିବାର ସୁଯୋଗ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କାର୍ଯ୍ୟରେ ଯୋଗ ଦେଇ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସା ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ, ଖେଳ, କୁଦ ଓ ପ୍ରତିଯୋଗିତାରେ ପ୍ରଶଂସା ପାଇବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଉତ୍ତରାଧିକାର ବା ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସମସ୍ୟା ସମାଧାନର ବାଟ ମିଳିବ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ।   ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମ ବିଶ୍ୱାସ ବୃଦ୍ଧି ହେବ। ଶାରିରୀକ ଅସୁସ୍ଥତା ଦୂରହୋଇ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଶୁଭ ସମାଚାର ଶୁଣିବାକୁ ମିଳିବ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳହେବେ। କଳାସଙ୍ଗୀତ, ନୃତ୍ୟ ଗୀତ ଓ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!