ଦୈନିକ ରାଶିଫଳ: ୩ ଏପ୍ରିଲ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୩ତାରିଖ, ଶୁକ୍ରବାର, ମୀନ ମାସ ୨୧ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ଦଶମୀ ତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୪୨ମିନିଟ୍ ରୁ ୬ଟା ୩୦ମିନିଟ୍, ସକାଳ ୭ଟା ୨୧ମିନିଟ୍ ରୁ ୮ଟା ୪୫ମିନିଟ୍, ଦିବା ୧୨ଟା ୧୫ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ୫ଟା ୫୭ମିନିଟ୍, ସନ୍ଧ୍ୟା ୭ଟା ୩୦ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍। ପର୍ବଦିନ ପୀଠ ଓ ମୃଣ୍ମୟୀ ଦେବୀଙ୍କ ବାସନ୍ତିକ ଦଶହରା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିବାର ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଧର୍ମକର୍ମରେ ରୁଚି ରହିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ଧନ ଲାଭ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ।ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇ ଉଚ୍ଚଆଶା ସଫଳ ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ।  କେତେକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସମାଜ ସେବାଫଳରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସରକାରୀ କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଘରୁ ନବାହାରିବା ଭଲ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ।  ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ପାରିବାର ପାଇଁ ବହୁତ ଦିନରୁ ଚିନ୍ତା କରୁଥିବା କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା

ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଆଧ୍ୟାତ୍ମିକତାରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ ସାମାନ୍ୟ ଉନ୍ନତି ହେବା ଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକା ମାନେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ଶୁଭ ସମାଚାର ମିଳିପାରେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିବାର ଜନଙ୍କ ସହିତ ସମୟ ବିତେଇ ପାରିଲେ ନିଜକୁ ସୁରକ୍ଷିତ ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଆର୍ଥିକସ୍ଥିତି ସୁଧୁରି ଯିବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- 

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶାରୀରିକ କଷ୍ଟ ଦୂର ହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧର୍ମକର୍ମରେ ରୁଚି ବୃଦ୍ଧି ହେବ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। କୌଣସି କାରଣ ବଶତଃ ଘରୁ ନ ବାହାରିବା ଉଚିତ୍। ବନ୍ଧୁ ମିତ୍ରଙ୍କ ସହଯୋଗରେ ଆଗକୁ ବଢିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!