ଦୈନିକ ରାଶିଫଳ: 03 ଏପ୍ରିଲ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ଦୂରେଇ ଯିବା ଫଳରେ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ତ ଚିନ୍ତାରୁ ମୁକ୍ତି ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ପ୍ରଭାବରେ ଅଧିକାରୀ ପ୍ରସନ୍ନ ରହିବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ବ୍ୟୟ ଅପେକ୍ଷା ଆୟ ଅଧିକ ହେବ ଓ ନୂତନ ସଂସ୍ଥାର ଆୟୋଜନ କରିବେ । ମାଲିମୋକଦ୍ଦମାରେ ବିଜୟ ହେବାସହ, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରି ପାରନ୍ତି । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହୋଇପାରେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରି କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କନ୍ୟା:-ରାଜନୀତିରେ କୃତକାର୍ଯ୍ୟ ହେବେ । ପରିବାର ସମସ୍ୟା ସମାଧାନ ହୋଇଯିବ । ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି । ମାନହାନୀର ସମ୍ଭାବନା ଅଧିକ । ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇ ଯିବ । ଶୁଭ ସମାଚାର ପାଇ ପାରିବାରିକ କ୍ଷେତ୍ରରେ ଆନନ୍ଦର ଲହରୀ ଖେଳିଯିବ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ । ଶତୃମାନଙ୍କୁ ମୁକାବିଲା କରିପାରିବେ ଓ ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ଧନୁ:-ଗୁରୁଜନଙ୍କ ପରାମର୍ଶପାଇ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ବ୍ୟବସାୟରେ ମନ ଲଗେଇ କାମକଲେ ଭଲ ଲାଭହେବ । ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଅନେକ ଶୁଭକର୍ମର ସୁଯୋଗ ପାଇବେ । ସକାରାତ୍ମକ ମନୋଭାବ ରହିବା ଫଳରେ ଯେ କୌଣସି କାର୍ଯ୍ୟରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ଛାତ୍ରଛାତ୍ରୀମାନେ ବିିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ । ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କର୍ମଚାରୀମାନେ ସମ୍ମାନିତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହୋଇ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଆପଣ ବିଚାର କରିଥିବା କାର୍ଯ୍ୟ ଗୁଡିକୁ ଆରମ୍ଭ କରିବାକୁ ଚେଷ୍ଟା କରିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସମସ୍ତ ସମସ୍ୟା ଅପସରି ଯାଇ ଶତୃମାନେ ତଳମୁହାଁ ହେବେ । ସାମାଜିକ କାର୍ଯ୍ୟରେ ସଫଳ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର କରି ପାରନ୍ତି । ଛାତ୍ର ଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!