ସାପ୍ତାହିକ ରାଶିଫଳ: ଅଗଷ୍ଟ ୩ ତାରିଖ ରୁ ଅଗଷ୍ଟ ୯, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆକାର୍ଯ୍ୟ କରିବାର ସୁଯୋଗ ମିଳିବ। ଆକସ୍ମିକ ଧନ ଲାଭ ହେବା ଫଳରେ ଆଶା ଆକାଂକ୍ଷା ପୂର୍ଣ୍ଣ ହେବ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହେବ। ବ୍ୟବହାର ଓ ଭାଷାର ମାଧୁର୍ଯ୍ୟ ନେଇ ଲୋକଙ୍କ ଉପରେ ପ୍ରଭୁତ୍ୱ ବିସ୍ତାର କରିପାରିବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ରାସ୍ତା ଖୋଲିଯିବା ସହ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖିବା ସହ ସୁନାମ ଅର୍ଜନ କରି ପାରିବେ। ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ ଓ ମନୋବାଞ୍ଛିତ କାର୍ଯ୍ୟ ପୂର୍ଣ୍ଣ ହେବ। ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଭାବାନ ବ୍ୟକ୍ତି, ପ୍ରତିଷ୍ଠିତ ବ୍ୟକ୍ତି ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ରୋଜଗାରର ସମସ୍ୟା ସୁଧୁରି ଯାଇ ଧନ ସଂପତ୍ତି ଲାଭ ହେବ। ପାରିବାରିକ ଅଶାନ୍ତି ଦୂର କରିବାରେ ସଫଳତା ମିଳିବା ଫଳରେ ଗୃହରେ ସୁଖଶାନ୍ତି ବିରାଜମାନ କରିବା ସହ ବନ୍ଧୁ ମିତ୍ର ପ୍ରାପ୍ତି, ମାନସିକ ଶାନ୍ତି ଓ ଗୃହପୋକରଣ କ୍ରୟ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଯୋଗୁ ମାନସିକସ୍ଥିତି ଭଲ ରହିବ। କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। କ୍ରୀଡ଼ା, ରାଜନୀତି, କଳା, ସଂସ୍କୃତି କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଇଚ୍ଛାପୂରଣ ହୋଇ ଲାଭ ହେବା ଯୋଗୁ ଖୁସି ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। କର୍ତ୍ତୃପକ୍ଷଙ୍କର ସହାୟତା ମିଳିବା ଫଳରେ ନିଜ ବ୍ୟବହାର ଦ୍ୱାରା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ। ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ଶୁଭସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତିରେ ସୁଧାର ଆସିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ସୁଯୋଗ ପାଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। କର୍ମଚାରୀଙ୍କର ପଦୋନ୍ନତିର ସୂଚନା ପାଇବା ସହ ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ ଓ ମନପସନ୍ଦ ଜିନିଷପାଇ ଖୁସି ହେବେ। ପ୍ରକାଶନ, ପ୍ରଶାସନ, ସଙ୍ଗଠନ ଓ ପରିବହନକ୍ଷେତ୍ରରେ ଶୁଭଫଳ ପାଇବେ। ବିଶେଶ ଅଭାବ ନଥିଲେ ମଧ୍ୟ ଆତ୍ମୀୟଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ବୃଦ୍ଧି ପାଇବ।  ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆଶା କରୁଥିବା ଖବର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ ଓ ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବନ୍ଧୁମାନଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବା ଫଳରେ ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ। ନିକଟ ସମ୍ପର୍କୀୟମାନେ ପରାମର୍ଶ ଲୋଡିବେ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ବୁଝାମଣା ଠିକ୍ ରହି, ମନର ଅଶାନ୍ତି ଅସନ୍ତୋଷ ଦୂରହେବା ଫଳରେ ଅଚାନକ ଧନପ୍ରାପ୍ତି ହେବ। ସହକର୍ମୀଙ୍କ ସହଯୋଗ ପାଇ ଖୁସି ହେବେ। ମାଲିମୋକଦ୍ଦମାରେ ବିଜୟୀହେବେ। ପ୍ରାୟ କାର୍ଯ୍ୟରେ ସଫଳତା ମିଳିବ। ପରିବହନରେ ବିଶେଷ ଲାଭ ପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। କର୍ମରେ ସନ୍ତୋଷ, ମାନସିକ ଦୁଶ୍ଚିନ୍ତା ଦୂରହେବ। ଆଶା କରିଥିବା ଧନ ପ୍ରାପ୍ତିହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଋଣରୁ ମୁକ୍ତି ମିଳିବାର ବାଟ ମିଳିବ। ଶତ୍ରୁବାଧା ଦୂରେଇ ଯିବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟଉପାର୍ଜନ ବୃଦ୍ଧିହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସନ୍ତାନ ସମ୍ବନ୍ଧରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ।  ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ। ସନ୍ତାନସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖିବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇ ମାନସିକବିଷାଦ, ଦାମ୍ପତ୍ୟକଳହ ଦୂରହେବା ସହ ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ବକେୟା ଅର୍ଥ କିଛି ମିଳିବା ସହ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ମାଲିମୋକଦ୍ଦମା ଓ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଧାରଣ ଘଟଣାକୁ କେନ୍ଦ୍ରକରି ସାମାଜିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ୟାର୍ଥୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବା ସହ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହୋଇ ସୁଖମୟ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯାଇ ଶରୀର ସୁସ୍ଥ ରହିବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଉଚ୍ଚାଧିକାରି ଓ ସହକର୍ମୀମାନେ ସହଯୋଗ କରିବା ଫଳରେ କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ।  ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିବାରରେ ବିବାଦୀୟ ପରିସ୍ଥିତିକୁ ସମାଧାନ କରିଦେଇ ପାରିଲେ ପାରିବାରିକ ଜୀବନ ସୁଖମୟ ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!