ଦୈନିକ ରାଶିଫଳ: 03 ଡିସେମ୍ବର ୨୦୨୦, ମାର୍ଗଶିର ମାସ ପ୍ରଥମ ଗୁରୁବାର, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅପାର ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୩ତାରିଖ, ଗୁରୁବାର, ବିଛାମାସ ୧୮ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଆର୍ଦ୍ରାନକ୍ଷତ୍ର, ଦିବା ୧୨ଟା ୨୦ମିନିଟ୍ ଗତେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୧ମିନିଟ୍ ରୁ ୭ଟା ୩୬ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ରାତ୍ର ୯ଟା ୨୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସୁଖସମ୍ପତ୍ତି ଲାଭ ହେବ ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ନୂଆ ନିଯୁକ୍ତି ପାଇବାର ଯୋଗ ଅଛି । ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ମନବଳ ଦୃଢିଭୁତ ହେବା ଫଳରେ ସମ୍ୟକ ବୁଦ୍ଧି ଜାଗ୍ରତ ହେବା ସହ ଇଛାଶକ୍ତି ପ୍ରବଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

କଳା, ସାହିତ୍ୟ ଓ ସମ୍ବାଦିକତାରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଛାତ୍ରଛାତ୍ରୀମାନେ ସାହିତ୍ୟଚର୍ଚ୍ଚା ଓ ବିଦ୍ୟାରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । କର୍ମକ୍ଷେତ୍ରରେ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ନୂତନପନ୍ଥା ଅନୁସରଣ କରି ପାରନ୍ତି । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ପାରେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ଶାରିରୀକ ଅସୁସ୍ଥତା ଦୂରହେବ । କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ । ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଧାର୍ମିକ କାର୍ଯ୍ୟରେ ପ୍ରୋତ୍ସାହନ ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ଚାକିରୀରେ ପଦୋନ୍ନତି ମିଳିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଆର୍ଥିକ ସହାୟତା ପାଇ ପାରନ୍ତି । ପାରିବାରିକ ମାମଲା ବହୁତ ସହଜ ସରଳରେ ସମାଧାନ ହୋଇଯିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ରାଜନୀତି କ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ । କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ ନକରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟୀ ମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସ୍ଵାସ୍ଥ୍ୟରେ ଉଚିତ ସୁଧାର ହେବ । ସମସ୍ତଙ୍କ ଠାରୁ କାମରେ ପ୍ରଶଂସା ମିଳିବ । ନିଜ ବୁଦ୍ଧିରେ ସମସ୍ତ ସମସ୍ୟାରୁ ମୁକୁଳିଯିବେ । ଗୁରୁଗୁରୁଜନଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । କିଛି ଭଲ କାର୍ଯ୍ୟ କରିବା ପାଇଁ ମନ ବଲେଇବେ । କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-

ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବା ସହ ଉଚ୍ଚ ପ୍ରଶଂସା ଲାଭ କରିବେ । ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରନ୍ତି । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଛାତ୍ରଛାତ୍ରୀମାନଙ୍କର ସମୟ ଅନୁକୂଳ ହୋଇ ଥିବାରୁ କାର୍ଯ୍ୟ ପୁରଣରେ ସହଜ ହେବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ପରିବାର ଜନଙ୍କ ସାହାଯ୍ୟ ଦ୍ଵାରା ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପ୍ରତିଯୋଗୀ ପରୀକ୍ଷାର ପରିମାଣ ଅନୁକୂଳ ହେବ । ଶତୃମାନେ ଦୂରେଇ ଯିବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । କୌଣସି ମିତ୍ରଙ୍କ ମାଧ୍ୟମରେ ଉନ୍ନତିର ରାସ୍ତା ଉନ୍ମୁକ୍ତ ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ପରିବାରରେ ମାନ ମନାନ୍ତର ଦୂର ହେବା ଫଳରେ ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ବନ୍ଧୁଙ୍କ ସହିତ କୌଣସି ସମାରୋହରେ ବ୍ୟସ୍ତ ରହିବେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ବ୍ୟବସାୟୀ ମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ । ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ । ଅସହାୟ ଓ ନୀଚ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବାକୁ ମନ ବଳାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ କର୍ମଚାରୀମାନେ ପ୍ରଶଂସିତ ହେବେ । କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!