୨୦୨୨ମସିହା, ଡିସେମ୍ବର ମାସ ୩ତାରିଖ, ଶନିବାର, ବିଛାମାସ ୧୮ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ବ୍ୟତିପାତ ଯୋଗ ନିଶାନ୍ତ ୪ଟା ୩୪ମିନିଟ୍ ପରେ ବରୀୟାନ ଯୋଗ। ବାଣିଜ୍ୟ କରଣ ସନ୍ଧ୍ୟା ୫ଟା ୩୩ମିନିଟ୍ ପରେ ବିଷ୍ଟି କରଣ। ବୃଷ, ସିଂହ, କନ୍ୟା ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ ପ୍ରାତଃ ୫ଟା ୩୪ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ। ଯୋଗିନୀ-ନୈଋତେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୬ଟା ୯ମିନିଟ୍ ରୁ ୭ଟା ୩୧ମିନିଟ୍, ଦିବା ୧୨ଟା ୫୭ମିନିଟ୍ ରୁ ୨ଟା ୧୯ମିନିଟ୍, ଦିବା ୩ଟା ୪୧ମିନିଟ୍ ରୁ ସନ୍ଧ୍ୟା ୬ଟା ୪୧ମିନିଟ୍, ରାତ୍ର ୪ଟା ୩୧ମିନିଟ୍ ରୁ ୬ଟା ୧୦ମିନିଟ୍। ଶୁଭସମୟ- ସକାଳ ୭ଟା ୩୭ମିନିଟ୍ ରୁ ୮ଟା ୫୨ମିନିଟ୍, ଦିବା ୧୧ଟା ୫୯ମିନିଟ୍ ରୁ ୧୨ଟା ୫୬ମିନିଟ୍, ଦିବା ୨ଟା ୨୦ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ୩ଟା ୩୧ମିନିଟ୍। ପର୍ବଦିନ- ସ୍ମାର୍ତ୍ତ ସମ୍ମତ ଗୋମତୀ ଏକାଦଶୀ।
ମେଷ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-କୌଣସି ରାଜନେତାଙ୍କ ସହଯୋଗରେ ଅନେକ ସମସ୍ୟା ସମାଧାନ ହୋଇଯିବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପରିବାରରେ ଆର୍ଥିକ ଉନ୍ନତି ହେବା ସହ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧିହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସ୍ୱାସ୍ଥ୍ୟ ଠିକ୍ ରହିବା ସହ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ସମ୍ପର୍କୀୟଙ୍କ ଠାରୁ ସହଯୋଗ ପାଇ ପରିବାରରେ ସୁଖଶାନ୍ତି ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶାରୀରିକ ଅସୁସ୍ଥତା ଦୂରହେବା ସହ ଶତ୍ରୁମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ସିଂହ:-ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।
ତୁଳା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବା ସହ ଟଙ୍କାର ଆବଶ୍ୟକତା ପୂରଣ ହେବ। ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।
ବିଚ୍ଛା:-ନୂତନ ଉଦ୍ୟୋଗ ଆରମ୍ଭ କରିବା ଫଳରେ ନିଜର ଦକ୍ଷତା ବୃଦ୍ଧି ପାଇବ। ଗୋଷ୍ଠୀ କାର୍ଯ୍ୟରେ ଅଂଶଗ୍ରହଣ କରି, ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ଅଦାଲତ ସଂପର୍କରେ ଆପଣ ନିଶ୍ଚିତ ଭାବରେ ସଫଳତା ପାଇବେ। ସହଭାଗୀତା ବ୍ୟବସାୟରେ ଆପଣ ଭଲ ଲାଭ ପାଇବେ। ଲୋକମାନେ ଆପଣଙ୍କ ନେତୃତ୍ୱ ଓ ଦକ୍ଷତାକୁ ପ୍ରଶଂସା କରିବେ। ପିଲାମାନେ କ୍ୟାରିଅରରେ ଭଲ ଲାଭ ପାଇ ନିଜକୁ ଗର୍ବିତ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ରାଜନୀତିରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ ଓ ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିଦ୍ଵନ୍ଦିତା ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ରହିବେ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମୀନ:-ଶତୃମାନେ ପରାଜିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ସହ ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।