ଦୈନିକ ରାଶିଫଳ: 03 ଫେବୃୟାରୀ ୨୦୨୧, ଶ୍ରୀ ଗଣେଶଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୩ତାରିଖ, ବୁଧବାର, ମକର ମାସ ୨୧ଦିନ, ମାଘମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ଚିତ୍ରାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର, ସକାଳ ୯ଟା ୪୯ମିନିଟ୍ ଗତେ ତୁଳା ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପିତା ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୨ଟା ୧୨ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୭ଟା ୫୩ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୩୭ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୪ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୨୮ମିନିଟ୍ ରୁ ୧୦ଟା ୪୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି । ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ । ବ୍ୟବସାୟରେ ବେଶ୍ ଲାଭବାନ ହେବେ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି । ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ନୂଆ ନିଯୁକ୍ତିର ସମ୍ଭାବନା ଅଛି । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବୃଷ:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ । କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ପରିବାରରେ କିମ୍ବା କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ । ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗୀଦାର ମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାସ୍ତାଘାଟରେ ସତର୍କ ନ ହେଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ । ପୁରାତନ ଶତୃମାନେ ଦୁର୍ବଳ ହେବେ ଓ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ନୂତନ ବସ୍ତୁ କ୍ରୟ କରିପାରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ସହରଠାରୁ ଦୂରକୁ ଯିବାକୁ ପଡିପାରେ । ବିପରୀତ ପରିସ୍ଥିତି ରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ । ମାନସିକ ଚିନ୍ତା ଦୂର ହେବ । ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ । ସାଧାରଣ ଲୋକଙ୍କ ସହ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ । ପ୍ରତିକାର-ହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ ।

ତୁଳା:-

ଶରୀର ସୁସ୍ଥ ରହିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ଆକସ୍ମିକ ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ନିଜର ପ୍ରଭାବ ବଳରେ ସଫଳତା ମିଳିବ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ବିଚ୍ଛା:-

ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ବ୍ୟବସାୟ ପାଇଁ ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ । ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ । କୌଣସି ପ୍ରିୟ ଜିନିଷକୁ ହରେଇ ବସିବେ । ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ ।

ଧନୁ:-

ଶତୃମାନେ ତଳମୁହାଁ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ସମସ୍ତ ସମସ୍ୟା ଅପସରି ଯିବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଶାରୀରିକ ଅସୁସ୍ଥତା ଦୂର ହେବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ନୂତନ ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଦାମ୍ପତ୍ୟ ସୁଖରେ ସଫଳତା ମିଳିବ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!