ଦୈନିକ ରାଶିଫଳ: 03 ଫେବୃୟାରୀ 2023, ମା ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୩ ତାରିଖ, ଶୁକ୍ରବାର, ମକର ମାସ ୨୧ ଦିନ, ମାଘ ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି ସନ୍ଧ୍ୟା ୬ଟା ୫୮ମିନିଟ ପରେ ଚତୁର୍ଦ୍ଦଶୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ଦିବା ୧ଟା ପରେ ପ୍ରୀତି ଯୋଗ । ତୈତିଳ କରଣ ସନ୍ଧ୍ୟା ୬ଟା ୫୮ମିନିଟ୍ ପରେ ଗର କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ନିଷିଦ୍ଧଖାଦ୍ୟ- ବାଇଗଣ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୫୮ମିନିଟ ପରେ ତୈଳ, ବିରି ଜାତୀୟ ଖାଦ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୫୮ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ୧୦ଟା ୩୬ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ଦିବା ୧୨ଟା, ରାତ୍ରି ୮ଟା ୪୮ମିନିଟ୍ ରୁ ୧୦ଟା ୨୪ମିନିଟ୍ । ଶୁଭସମୟ- ସକାଳ ୬ଟା ୨୫ମିନିଟ୍ ରୁ ୭ଟା ୯ ମିନିଟ, ସକାଳ ୭ଟା ୫୪ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୧୨ଟା ୨୨ମିନିଟ୍ ରୁ ୨ଟା ୩୭ମିନିଟ୍, ଦିବା ୪ଟା ୬ମିନିଟ୍ ରୁ ସନ୍ଧ୍ୟା ୫ଟା ୩୫ମିନିଟ୍, ସନ୍ଧ୍ୟା ୭ଟା ୧୮ମିନିଟ୍ ରୁ ରାତ୍ର ୮ଟା ୪୮ମିନିଟ୍, ରାତ୍ର ୨ଟା ୯ମିନିଟ୍ ରୁ ରାତ୍ର ୪ଟା ୪୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ପାରିବାରିକ ସ୍ଥିତିରେ ସୁଦୃଢ ହେବ ଓ ସୁବିଧା ସୁଯୋଗ ପାଇ ଖୁସିହେବେ । ଅଧୁରା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ମାନସିକ ଦୁଶ୍ଚିନ୍ତା ଦୂର ହେବ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତ ମଧ୍ୟ ହେବେ । ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ । ରାଜନୀତି କ୍ଷେତ୍ରରେ ମତାମତ ସଂଗ୍ରହ କରିବେ ଓ ପଦୋନ୍ନତି ହେବାର ସମ୍ଭାବନା ଅଛି । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ କ୍ରୟ କରି ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ଶତ୍ରୁବାଧା ଦୂରେଇ ଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ । ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ଧର୍ମକାର୍ଯ୍ୟରେ ଲିପ୍ତ ରହିବେ । ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଋଣରୁ ମୁକ୍ତି ହେବାପାଇଁ ଯୋଜନା କରିବେ । ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଉଚ୍ଚଆଶା ପୂରଣ ହୋଇପାରେ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢିରେ ମନ ଲାଗିବା ହେତୁ ସଠିକ୍‌ ଉତ୍ତର ଲେଖି ପାରିବେ । କର୍ମଚାରୀଙ୍କ ନିଜଲୋକମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ଖୁସି ରହିବେ । କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ଯୁବକ ଯୁବତୀମାନଙ୍କର ଆୟ ଉପାର୍ଜନରେ ବାଧା ସୃଷ୍ଟି ହେବନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ଦାମ୍ପତ୍ୟ କଳହ ଦୂର ହେବ । ମନ ଓ ଶରୀର ଭଲ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ହତାଶାଭାବ ଦୂରହେବ । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ କିନ୍ତୁ ଚିନ୍ତାଧାରା ପୂର୍ଣ୍ଣମାତ୍ରାରେ ଘାରି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଉତ୍ତରାଧିକାରୀ ସୂତ୍ରରୁ କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ । ପ୍ରେମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ସତର୍କ ନ ରହିଲେ ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ । ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ଛାତ୍ରଛାତ୍ରୀମାନେ ଧୈର୍ଯ୍ୟଶୀଳ ହେବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ହେବ । ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:- ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

କୁମ୍ଭ:-ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ଯୁବକ ଯୁବତୀମାନଙ୍କର କର୍ମକ୍ଷେତ୍ରରେ ସମ୍ମାନ ଓ ସନ୍ତୋଷ ସୃଷ୍ଟି ହେବ । ପ୍ରେମିକ ପ୍ରେମିକା ମାନଙ୍କର ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!