ଦୈନିକ ରାଶିଫଳ: ୦୩ ଜୁଲାଇ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୩ ତାରିଖ, ଶୁକ୍ରବାର, ମିଥୁନ ମାସ ୧୯ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ଦିବା ୧ଟା ୧୬ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି, ଜ୍ୟୋଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ବାଇଗଣ ନ ଖାଇଲେ ଭଲ, ଦିବା ୧ଟା ୧୬ମିନିଟ୍ ପରେ ବିରି, ତୈଳ ନ ଖାଇଲେ ଭଲ। ଶୁଭସମୟ ସକାଳ ୬ଟା ୯ମିନିଟ୍ ରୁ ୭ଟା, ଦିବା ୧୨ଟା ୧୮ମିନିଟ୍ ରୁ ୨ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ୮ଟା ୩୫ମିନିଟ୍। ପର୍ବଦିନ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଅଧରପଣା ନୀତି, ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇ ଯଥେଷ୍ଟ ଅଗ୍ରଗତି ଘଟିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ଶ୍ରମିକ ଓ କର୍ମଚାରୀମାନେ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ପାରିବାରିକ ସମସ୍ୟା ସୁଧାରୀ ନେଲେ ସବୁ ମତେ ଉନ୍ନତିର ସମ୍ଭାବନା। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗ୍ରତ ହେବା ଫଳରେ ତାଙ୍କର ଆଶୀର୍ବାଦ ପ୍ରାପ୍ତ ହେବ। ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ରାଜନୀତିରେ କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରି ହେବେ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସା ବାଣୀ ଶୁଣିବେ। ପାରିବାରିକ ସମସ୍ୟା ସୁଧାରୀ ନେଇ ବରିଷ୍ଠ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ପାଇବା ସହ ମାନସିକ ଶାନ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଦେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମ୍ବାଦିକ ମାନେ ଶୁଭ ସମ୍ବାଦ ପାଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସହକର୍ମୀଙ୍କ ସହ ବିବାଦର ସମାଧାନ କରି କର୍ମକ୍ଷେତ୍ରରେ ସନ୍ତୋଷ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ।  ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଅଚାନକ ଭାବରେ ସ୍ଵାସ୍ଥ୍ୟରେ ସୁଧାର ଆସିବ। ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶତୃମାନେ ମଥାନତ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବା ଫଳରେ ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧର୍ମକର୍ମରେ ରୁଚି ବୃଦ୍ଧି ହେବ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ଦଇତ୍ଵ ବଢିଯିବ। ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ ଓ ସବୁଥିରେ ସଫଳତା ମିଳିବ। ଭାଇ ବନ୍ଧୁମାନଙ୍କ ଠାରୁ ଲାଭ ମିଳିବ। ପରିବାରରେ ସମୟ ବିତେଇବେ ଓ ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇ ପାରେ। ଚାକିରି କରିଥିବା ବ୍ୟକ୍ତିମାନେ ଅଚାନକ ଭାବରେ ବହୁତ ଲାଭ ଉଠାଇ ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ।  ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁରାତନ ରୋଗର ଉପସମ ହେବ। ଶତୃମାନେ ପରାଜିତ ହେବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବା ସହ ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ଲିପ୍ତ ରହିବେ। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବା ସହ ଦେହମନରେ ପୀଡା ବୃଦ୍ଧିପାଇବ। ନୂତନ ବସ୍ତୁ କ୍ରୟ କରି ପାରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!