ଦୈନିକ ରାଶିଫଳ: 03 ଜୁଲାଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୩ ତାରିଖ, ଶନିବାର, ମିଥୁନ ମାସ ୧୯ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ନବମୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର, ସକାଳ ୬ଟା ୧୩ମିନିଟ୍ ଗତେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ, ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର, ସକାଳ ୬ଟା ୧୩ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୩୦ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବ ସନ୍ଧ୍ୟା ୫ଟା ୩୦ମିନିଟ୍ ପରେ ଉତ୍ତର । ଶ୍ରାଦ୍ଧ ତର୍ପଣ- ୯ମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ପ୍ରାତଃ ୫ଟା ୧୫ମିନିଟ୍ ରୁ ସକାଳ ୬ଟା ୫୪ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ସନ୍ଧ୍ୟା ୬ଟା ୨୫ମିନିଟ୍ । ଦିବା ୧ଟା ୨୯ମିନିଟ୍ ରୁ ଦିବା ୩ଟା ୮ମିନିଟ୍ । ସନ୍ଧ୍ୟା ୬ଟା ୨୫ନିଟ୍ ରୁ ରାତ୍ରି ୭ଟା ୪୭ମିନିଟ୍, ରାତ୍ରି ୩ଟା ୫୪ମିନିଟ୍ ରୁ ୫ଟା ୧୬ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୩ମିନିଟ୍ ରୁ ୧୨ଟା ୧୬ମିନିଟ୍, ଦିବା ୩ଟା ୯ମିନିଟ୍ ରୁ ୩ଟା ୪୬ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୧ଟା ୩୦ମିନିଟ୍ ରୁ ୧ଟା ୩୮ମିନିଟ୍ ।

ମେଷ:-

ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବୃଷ:-

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ ଓ ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ । ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ । କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ । ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ପାରିବାରିକ ଜୀବନ ସୁଖରେ କଟିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-

ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ସଫଳତା ମିଳିବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଈର୍ଷାପରାୟଣ ବ୍ୟକ୍ତିମାନେ କେତେକ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ଆପଣ ବିଜୟୀ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ଥଣ୍ଡାପାନୀୟ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-

ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଚାକିରୀ କ୍ଷେତ୍ରରେ ଶୁଭସୂଚନା ପାଇବା ସହ ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ । ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ । ବନ୍ଧୁବାନ୍ଧବଙ୍କ ସହ ଯୋଗରେ ଅଟକିଥିବା କାର୍ଯ୍ୟ ପୂରଣ ହେବା ଫଳରେ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ଉପରିସ୍ଥଙ୍କୁ ସନ୍ତୁଷ୍ଟ କରି ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ । କର୍ମସଂସ୍ଥାନ, ଶିଳ୍ପପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ମୀନ:-

ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!