ଦୈନିକ ରାଶିଫଳ: 03 ଜୁନ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନ ମାସ ୩ ତାରିଖ, ଗୁରୁବାର, ବୃଷ ମାସ ୨୦ ଦିନ, ଜ୍ୟେଷ୍ଠ ମାସ, କୃଷ୍ଣପକ୍ଷ, ନବମୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର, ଦିବା ୧୨ଟା ୮ମିନିଟ୍ ଗତେ ମୀନ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର, ଦିବା ୧୨ଟା ୮ମିନିଟ୍ ଗତେ ଧନୁ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୨ମିନିଟ୍, ଦିବା ୯ଟା ୩୪ମିନିଟ୍ ରୁ ୧୧ଟା ୧୭ମିନିଟ୍, ସନ୍ଧ୍ୟା ୭ଟା ୩ମିନିଟ୍ ରୁ ରାତ୍ର ୯ଟା ୧୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଆଦର୍ଶବାଦୀ ହେବେ । ସରକାରୀ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇଯିବା ଫଳରେ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହୋଇଯାଇ ପାରେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ ଯୋଜନାରେ ସଫଳତା ମିଳିବ । ଉତ୍ତମ ରୋଜଗାର ମିଳିବ । ବ୍ୟବସାୟରେ ଅଧିକ ଲାଭ ମିଳିବା ଯୋଗେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଶରୀର ସୁସ୍ଥ ରହିବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଯୁବକ ଯୁବତୀମାନେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-

ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି, ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ହେବ । ବାକିଥିବା ଅର୍ଥ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି । ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ପ୍ରଶଂସା ପାଇବେ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠାନ ବା କରିଥିବା ଯୋଜନା ସାଫଲ୍ୟ ଦାୟକ ହେବ । ରାଜନୀତି କ୍ଷେତ୍ରରେ ସଫଳ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ଛାତ୍ର-ଛାତ୍ରୀମାନେ ଅଯଥା ଧଁ । ଦୌଡ଼ ଯୋଗେ କ୍ଳାନ୍ତ-ଶ୍ରାନ୍ତ ହେବେ । କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ଆଳସ୍ୟ ହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!