ଦୈନିକ ରାଶିଫଳ: 03 ମାର୍ଚ୍ଚ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ଲୋକଙ୍କୁ କର୍ମକ୍ଷତ୍ରରେ ମାନସମ୍ମାନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚ ମାସ ୩ତାରିଖ, ବୁଧବାର, କୁମ୍ଭ ମାସ ୨୦ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ପଞ୍ଚମୀ ତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୯ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୧୦ଟା ୩୨ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୫୬ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୬ଟା ୩୯ମିନିଟ୍ ରୁ ରାତ୍ର ୧୦ଟା ୪୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଭୋଗ ବିଳାସକୁ ତୁଚ୍ଛ ମଣି ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ବୃଷ:-

କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପ୍ରେମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ ସାମାନ୍ୟ ଲାଭ ହେବ ଓ ବେଳେ ବେଳେ ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟିହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ସିଂହ:-

କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ । ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-

ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରାଜନୀତିରେ ସଫଳତା ମିଳିବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପାରିବାରିକ ଜୀବନରେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ଆକସ୍ମିକ ଅର୍ଥଲାଭ, ଆୟବୃଦ୍ଧି, ଋଣମୁକ୍ତି, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମରେ ଉନ୍ନତି ସହିତ ସଫଳତା ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ । ଶୁଭ ସମ୍ବାଦ ପାଇ ପାରନ୍ତି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ରାଜନୀତିରେ ନିସ୍ଵାର୍ଥପର ଭାବ ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ । ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!