ଦୈନିକ ରାଶିଫଳ: 03 ମାର୍ଚ୍ଚ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୩ ତାରିଖ, ଗୁରୁବାର, କୁମ୍ଭ ମାସ ୧୯ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ପ୍ରତିପଦା ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ । କିନ୍ତୁଘ୍ନ କରଣ ଦିବା ୧୦ଟା ୧୭ମିନିଟ୍ ପରେ ବବ କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର ରାତି ୮ଟା ୩ମିନିଟ୍ ପରେ ଧନୁ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ରାତି ୯ ଟା ୩୬ ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୯ ଟା ୩୬ ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୩ ମିନିଟ୍ ରୁ ୫ଟା ୪୮ମିନିଟ୍, ରାତ୍ରି ୧୧ଟା ୫୮ମିନିଟ୍ ରୁ ୧ଟା ୩୦ମିନିଟ୍ । ଶୁଭସମୟ- ସକାଳ ୬ଟା ୯ମିନିଟ୍ ରୁ ୭ଟା ୪୧ମିନିଟ୍, ଦିବା ୧୦ଟା ୪୯ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୨ଟା ୫୧ମିନିଟ୍ ରୁ ୩ଟା ୪୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସନ୍ତାନ ଯୋଗେ ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଦୂର ଯାତ୍ରାରେ ସଫଳତା ମିଳିବ । କିଛି ନୂତନ କର୍ମ ଆରମ୍ଭ କରି ପାରିବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀ ମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତିରେ ପ୍ରତିଷ୍ଠା ସହ ଖ୍ୟାତି ପାଇବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତୃଙ୍କ ଠାରୁ ସାହାଯ୍ୟ ପାଇବେ । କର୍ମକ୍ଷେତ୍ରରେ କ୍ଷମତା, ଶକ୍ତି ବଳରେ ନିଜର ସମୟ ବିତାଇବେ । ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଆକସ୍ମିକ ଅର୍ଥଲାଭ ହେବ ଓ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବିଦ୍ୟାରେ ଉନ୍ନତି କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହୋଇ ଆର୍ଥିକ ଚିନ୍ତା ଦୁରହେବ । କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ । ପରୀକ୍ଷା ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କଳକାରଖାନା, ଶିଳ୍ପ ପ୍ରଭୃତିର ମାଲିକମାନେ ଓ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ ବିତିବା ସହ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନହେବ । କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କୁମ୍ଭ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବା ଫଳରେ ଦିବ୍ୟ ଗୁଣ ଗୁଡିକ ବିକାଶ ହେବ । କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସି ପ୍ରଶଂସିତ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଶତୃ, ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!