ଦୈନିକ ରାଶିଫଳ: 03 ମାର୍ଚ୍ଚ 2023, ଶୁକ୍ରବାର, ମା ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚ ମାସ ୩ ତାରିଖ, ଶୁକ୍ରବାର, କୁମ୍ଭମାସ ୧୯ ଦିନ, ଫାଲଗୁନ ମାସ, ଶୁକ୍ଲପକ୍ଷ, ଏକାଦଶୀ ତିଥି ଦିବା ୯ଟା ୧୧ ମିନିଟ ପରେ ଦ୍ଵାଦଶୀ ତିଥି, ପୁନର୍ବସୁ ନକ୍ଷତ୍ର ଦିବା ୩ଟା ୪୩ ମିନିଟ ପରେ ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ସୌଭାଗ୍ୟ ଯୋଗ ସନ୍ଧ୍ୟା ୬ଟା ୪୪ ମିନିଟ ପରେ ଶୋଭନ ଯୋଗ। ବିଷ୍ଟି କରଣ ଦିବା ୯ଟା ୧୧ମିନିଟ୍ ପରେ ବବ କରଣ। ବିଛା, ଧନୁ ଓ ମୀନ ରାଶିର ଘାତବାର। କନ୍ୟା ରାଶିର ଦିବା ୮ଟା ୫୮ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ଶିମ୍ବ, ଆମିଷ ନ ଖାଇଲେ ଭଲ ଦିବା ୯ ଟା ୧୧ ମିନିଟ୍ ପରେ ପୋଇ, ମସୁର ଡାଲି ନ ଖାଇଲେ ଭଲ। ଯୋଗିନୀ- ଆଗ୍ନେୟେ ଦିବା ୯ ଟା ୧୧ ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୯ଟା ୩ ମିନିଟ୍ ରୁ ୧୧ଟା ୫୮ମିନିଟ୍, ରାତ୍ରି ୮ଟା ୫୩ମିନିଟ୍ ରୁ ୧୦ଟା ୨୬ମିନିଟ୍। ଶୁଭସମୟ- ସକାଳ ୬ଟା ୮ମିନିଟ୍ ରୁ ୬ଟା ୫୫ମିନିଟ୍, ସକାଳ ୭ଟା ୪୨ ମିନିଟ ରୁ ୯ଟା ୩ ମିନିଟ, ଦିବା ୧୨ଟା ୨୨ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୧୫ ମିନିଟ ରୁ ୫ଟା ୪୮ ମିନିଟ, ସନ୍ଧ୍ୟା ୭ଟା ୨୭ ମିନିଟ ରୁ ୮ଟା ୫୩ ମିନିଟ, ରାତ୍ର ୨ଟା ୧ମିନିଟ୍ ରୁ ୪ଟା ୨୯ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନେତା ମାନଙ୍କର ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟ, ବାଣିଜ୍ୟରେ ଲାଭପାଇବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ପରିବାରର ସାହାଯ୍ୟରେ ଉପକୃତ ହେବେ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ଦୂରଯାତ୍ରାରେ ସୁଖମିଳିବ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବା ଫଳରେ ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। ବ୍ୟବସାୟୀ ମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବନ୍ଧୁମିତ୍ରଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପରିବାରରେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ରାଜନୀତିକ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ନିଜ ଆଚାର ବ୍ୟବହାର ଦ୍ଵାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦୂର ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଧନ ମିଳିଯିବ। ଦାମ୍ପତ୍ୟ ସୁଖରେ ଆଶାତୀତ ଲାଭ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶତୃମାନେ ତଳମୁହାଁ ହେବେ। ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ପ୍ରତିଯୋଗୀ ପରୀକ୍ଷାରେ ପରିଣାମ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବାଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟୀ ମାନେ ଅଧିକ ଲାଭ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!