ଦୈନିକ ରାଶିଫଳ: ୦୩ ମଇ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୩ତାରିଖ, ରବିବାର, ମେଷମାସ ୨୧ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଦଶମୀତିଥି, ପୂର୍ବାଫାଲଗୁନି ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ମେଷରାଶିର ଘାତବାର କର୍କଟ, ମକର ରାଶିର ଘାତଚନ୍ଦ୍ର କଳମଶାଗ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୨ମିନିଟ୍ ରୁ ୯ଟା ୩୫ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୧ଟା ୫୧ମିନିଟ୍, ସନ୍ଧ୍ୟା ୬ଟା ୫୨ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ଆଶାତିତ ଲାଭ ମିଳିବ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବେପରୁଆ କାର୍ଯ୍ୟ କଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବା ସହ ମାନହାନୀ ହୋଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। ସରକାରୀ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା, ଉନ୍ନତି ହେବ ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ।  ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଭାତୃ ବିବାଦ, ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ପାରନ୍ତି। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅର୍ଥାଗମ ଦିଗ ଖୋଲା ରହିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମାନସିକ ଶାନ୍ତି ମିଳିବା ସହ ଧନ ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ।  ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇ ପାରେ। ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ପ୍ରଶଂସିତ ହେବେ। ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ସୁବିଧା ସୁଯୋଗ ପାଇ ଅଧା ହୋଇପଡ଼ିଥିବା ଗୃହକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଅନେକ ଦିଗରୁ ଖୁସି ମିଳିବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ଅଚାନକ ଭାବରେ ସ୍ଵାସ୍ଥ୍ୟରେ ସୁଧାର ଆସିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବିଦ୍ୟାସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଶତୃମାନଙ୍କୁ ମୁକାବିଲା କରି ପାରିବେ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ଓ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିରୋଧୀମାନେ ପରାସ୍ତ ହେବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!