ଦୈନିକ ରାଶିଫଳ: 03 ମଇ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୩ ତାରିଖ, ସୋମବାର, ମେଷମାସ ୨୦ଦିନ, ବୈଶାଖମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଉତ୍ତରାଷାଢା ନକ୍ଷତ୍ର, ସକାଳ ୮ଟା ୨୩ମିନିଟ୍ ଗତେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ଦିବା ୧ଟା ୩୯ ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୨୧ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ୫ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୫୨ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୪ମିନିଟ୍ ରୁ ୨ଟା ୧୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ । ଗୃହବାହନ ପ୍ରାପ୍ତିପାଇଁ ଚେଷ୍ଟା କରିବେ । ଶୁଭ କାମ କରି ପ୍ରଶଂସିତ ହେବେ । ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ । ଅଶାନ୍ତିର ଝଡ ଶାନ୍ତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ ଚେଷ୍ଟା କରିବେ । ଶତୃ ଓ ବିରୋଧୀମାନେ ସାମ୍ନା କରିପାରନ୍ତି । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ମାନସିକ ଦୁଶ୍ଚିନ୍ତା ଦେଖାଦେଇ ପାରେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ ପ୍ରତି କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମନ ଓ ଶରୀର ଭଲ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇ ପାରନ୍ତି । ସୁଖସମ୍ପତ୍ତି ଲାଭ ହେବାର ଯୋଗଅଛି । ଯୋଗ୍ୟତାରେ ପ୍ରଭାବିତ ହୋଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଶତୃପକ୍ଷ ଦୁର୍ବଳ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତିରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଖୁସିହେବେ । ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ । କର୍ମକ୍ଷେତ୍ରରେ ଅସନ୍ତୋଷ ଓ ଭ୍ରମଣକାଳରେ କ୍ଲେଶଭୋଗୀ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-

ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଜମି ବାଡି ଓ ଘର ଜାଗାନେଇ ଭାତୃ ବିବାଦ, ଦେଖା ଦେଇପାରେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧିହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ଜନସମ୍ପର୍କ ସୁଦୃଢ ହୋଇ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ବ୍ୟବସାୟରେ ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସାଧୁ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସୁସମ୍ବାଦ ପାଇ ଆର୍ଥିକ ସଙ୍କଟ ଦୂରେଇ ଯିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ରାଜକୀୟ ମାମଲାରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଶାରୀରିକ ଓ ମାନସିକ ଅସ୍ଥିରତା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ଆର୍ଥିକ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!