୨୦୨୨ ମସିହା, ମଇମାସ ୩ତାରିଖ, ମଙ୍ଗଳବାର, ମେଷମାସ ୨୦ଦିନ, ବୈଶାଖମାସ ଶୁକ୍ଳପକ୍ଷ, ତୃତୀୟା ତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଶୋଭନ ଯୋଗ ଦିବା ୪ଟା ୧୪ମିନିଟ୍ ପରେ ଅତିଗଣ୍ଡ ଯୋଗ । ତୈତିଳ କରଣ ସନ୍ଧ୍ୟା ୬ଟା ୨୪ମିନିଟ୍ ପରେ ଗର କରଣ । ମକର ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୬ଟା ରୁ ୫୬ମିନିଟ୍ ରୁ ଦିବା ୮ଟା ୩୨ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ଦିବା ୨ଟା ୫୫ମିନିଟ୍, ରାତ୍ରି ୭ଟା ୩୧ମିନିଟ୍ ରୁ ୮ଟା ୫୫ମିନିଟ୍ । ଶୁଭସମୟ- ଦିବା ୮ଟା ୩୩ମିନିଟ୍ ରୁ ଦିବା ୧୦ଟା ୨୬ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ଦିବା ୫ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୭ମିନିଟ୍ ରୁ ୬ଟା ୫୦ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ରାତ୍ର ୧୧ଟା ୨୦ମିନିଟ୍, ରାତ୍ର ୧ଟା ୩୬ମିନିଟ୍ ରୁ ୩ଟା ୪ମିନିଟ୍ । ପର୍ବଦିନ- ଅକ୍ଷୟ ତୃତୀୟା, ପରଶୁରାମ ଜୟନ୍ତୀ, ରଥ ଅନୁକୂଳ, ଚନ୍ଦନ ଯାତ୍ରା ଆରମ୍ଭ ।
ମେଷ:-ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ପରିବାରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ମିଥୁନ:-କର୍ମକ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-ରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ । ସରକାରୀ ସାହାଯ୍ୟ ମିଳିପାରେ । ହସଖୁସିରେ ସମୟ ବିତାଇବେ ଓ ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବା ଦ୍ଵାରା ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ ସହକର୍ମୀଙ୍କ ଠାରୁ ପ୍ରଶଂସିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ସୁଖଶାନ୍ତି ମିଳିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ଆୟର ସ୍ରୋତ ଖୋଲି ଯିବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କନ୍ୟା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନ ମନାନ୍ତର ମେଣ୍ଟିଯିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଆସିଲେ ମଧ୍ୟ ଗ୍ରହଣ ନକରିବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରି ଉଚ୍ଚ ପ୍ରଶଂସିତ ହେବେ । ବାଦବିବାଦ ଯୋଗେ ଚିନ୍ତିତ ରହିବେ ଓ ଆଳସ୍ୟ ପରାୟଣ ବୃଦ୍ଧି ପାଇବ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:- ରାଜନୀତିରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ । ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । କଳା, ସଙ୍ଗୀତ, ପରୀକ୍ଷା, ପ୍ରତିଯୋଗିତାରେ ସୁନାମ ଅର୍ଜନ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ରାଜନୈତିକ କ୍ଷେତ୍ରରେ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମୀନ:-ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।