ଦୈନିକ ରାଶିଫଳ: 3 ନଭେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୩ତାରିଖ, ମଙ୍ଗଳବାର, ତୁଳାମାସ ୧୮ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ତୃତୀୟାତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୬ଟା ୩୬ମିନିଟ୍, ସକାଳ ୮ଟା ୪୨ମିନିଟ୍ ରୁ ୧୧ଟା ୬ମିନିଟ୍, ସନ୍ଧ୍ୟା ୫ଟା ୮ମିନିଟ୍ ରୁ ୬ଟା ୪୨ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୮ଟା ୩୦ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ୧୧ଟା ୫୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନମଧ୍ୟରେ ଉଙ୍କି ମାରିପାରେ। ପାରିବାରିକ ପତିଆରା ଭଲ ରହିବ। କିନ୍ତୁ ନିଜ ଲୋକମାନେ ମନମୋଟିଆ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ଘରୋଇ କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ମିଥୁନ:-

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ରୋଜଗାର ସମସ୍ୟା ସୁଧୁରି ଯିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇ ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ।ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଯଶ, ମାନ ବୃଦ୍ଧି ହେବ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ ଓ ଉତ୍ତମ ରୋଜଗାର ହେବ। ବିଦ୍ୟାରେ ଉନ୍ନତି କରିବେ ଓ ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୈତିକ କ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ବିଦେଶଯାତ୍ରାରେ ଯଶଲାଭ, ମାନସମ୍ମାନ ବୃଦ୍ଧି, ସୁଖ ସମୃଦ୍ଧି ବୃଦ୍ଧି ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ପାରିବାରିକ ଜୀବନ ସୁଖରେ କଟିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଦୂର ଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ଓ ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!