ଦୈନିକ ରାଶିଫଳ: 03 ନଭେମ୍ବର 2022, ମା’ ଲକ୍ଷ୍ମୀ ଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୩ତାରିଖ, ଗୁରୁବାର, ତୁଳାମାସ ୧୮ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଦଶମୀତିଥି, ଶତଭିଷା ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର। ବୃଦ୍ଧି ଯୋଗ ସକାଳ ୭ଟା ୪୮ମିନିଟ୍ ପରେ ଧୃବ ଯୋଗ। ତୈତିଳ କରଣ ସକାଳ ୮ଟା ୧୮ମିନିଟ୍ ପରେ ଗର କରଣ। ତୁଳା, କୁମ୍ଭ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ ରାତି ୭ଟା ୩୦ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ରାତି ୭ଟା ୩୦ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୧୮ମିନିଟ୍ ରୁ ୫ଟା ୭ମିନିଟ୍, ରାତ୍ରି ୧୧ଟା ୩୦ମିନିଟ୍ ରୁ ୧ଟା ୫ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୭ଟା ୨୧ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍, ରାତ୍ର ୧ଟା ୬ମିନିଟ୍ ରୁ ୩ଟା ୧୮ମିନିଟ୍, ରାତ୍ର ୪ଟା ୧୧ମିନିଟ୍ ରୁ ୫ଟା ୫୧ମିନିଟ୍। ପର୍ବଦିନ- ସୁଦଶା ବ୍ରତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକାଟିଏ ପାଖରେ ରଖି ଯାତ୍ରା କରନ୍ତୁ।

ବୃଷ:-ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ବ୍ୟବସାୟ କାରବାରରେ ବହୁତ ଭଲଲାଭ ହେବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଚାଲୁ ରହିଥିବା କାର୍ଯ୍ୟରେ ନୂଆ ସମସ୍ୟାର ସାମ୍ନା କରିବାକୁ ପଡି ପାରେ। ରାସ୍ତା ଘାଟରେ ଯଥେଷ୍ଟ ସତର୍କ ରହି ଯାତାୟତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ଅତ୍ୟଧିକ ନ୍ଧାଦୌଡ ଓ ପରିଶ୍ରମ ଦ୍ଵାରା ସ୍ଵାସ୍ଥ୍ୟରେ ଅବନ୍ନତି ଦେଖା ଦେଇ ପାରେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶରୀର ସୁସ୍ଥ ରହିବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନଟି କାଟିବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ପ୍ରତିକାର- କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଶତୃମାନେ ପରାଜିତ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ସାଙ୍ଗ ସାଥି ଭାଗିଦାରମାନଙ୍କ ପାଇଁ ଅନେକ ସୁବିଧା ସୁଯୋଗ ପାଇବେ।ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣସ୍ଥାୟି ରହିବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। କଳା, ସାହିତ୍ୟରେ ସମସ୍ୟା ଦୂର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ।କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟରେ ଆଶାତୀତ ଲାଭପାଇ ମନ ଖୁସି ରହିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଶୁଭକାମ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷାକ୍ଷେତ୍ର ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!