୨୦୨୨ମସିହା, ଅକ୍ଟୋବର ମାସ ୩ତାରିଖ, ସୋମବାର, କନ୍ୟାମାସ ୧୭ଦିନ, ଆଶ୍ଵିନମାସ ଶୁକ୍ଳପକ୍ଷ, ଅଷ୍ଟମୀତିଥି ଦିବା ୪ଟା ୩୮ମିନିଟ୍ ପରେ ନବମୀତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଶୋଭନ ଯୋଗ ଦିବା ୨ଟା ୨୧ମିନିଟ୍ ପରେ ଅତିଗଣ୍ଡ ଯୋଗ । ବିଷ୍ଟି କରଣ ପ୍ରାତଃ ୫ଟା ୪୩ମିନିଟ୍ ପରେ ବବ କରଣ ଓ ଦିବା ୪ଟା ୩୮ମିନିଟ୍ ପରେ ବାଳବ କରଣ । ମିଥୁନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ଦିବା ୪ଟା ୩୮ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୪ଟା ୩୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୭ଟା ୧୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୨ଟା ୩୨ମିନିଟ୍ ରୁ ୪ଟା ୧ମିନିଟ୍, ରାତ୍ରି ୧୦ଟା ୪ମିନିଟ୍ ରୁ ୧୧ଟା ୩୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୧୧ମିନିଟ୍, ରାତ୍ର ୭ଟା ୫୭ମିନିଟ୍ ରୁ ୧୦ଟା ୩ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ମୃଣ୍ମୟୀ ଦେବୀଙ୍କ ମହାଷ୍ଟମୀ ପୂଜା, ପୀଠେ ମହାନବମୀ ପୂଜା, ସନ୍ଧିପୂଜା ।
ମେଷ:-ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ବାଦବିବାଦ, ମାଲିମୋକଦ୍ଦମାରେ ସଫଳହେବେ । କୃଷିଜାତଦ୍ରବ୍ୟ ବ୍ୟବସାୟିମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ ସୁଖରେ ଦିନ ବିତାଇବେ । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ଆଇନ ଅଦାଲତ ଓ ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । କର୍ମଚାରୀମାନେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଯଶ କୀର୍ତ୍ତିରେ ଉନ୍ନତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-ସାମାଜିକ କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶୁଭ ଖବର ପାଇ ଖୁସିହେବେ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବା ସହ ଆୟ ମଧ୍ୟ ଉତ୍ତମ ହେବ । ଛାତ୍ରଛାତ୍ରୀ ମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଶରୀର ସୁସ୍ଥ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ସିଂହ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବା ସହ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ । ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
କନ୍ୟା:-ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧି ପାଇପାରେ । କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ । ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ସାମାଜିକ କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ । କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:-ଘାସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ କର୍ମଚାରୀମାନେ ବେସୀ ଉପକୃତ ହେବେ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମୀନ:-ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ପାଇ ବେଶ୍ ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ପଦପଦବୀ ଲାଭ ହେବାସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।