ଦୈନିକ ରାଶିଫଳ: 03 ସେପ୍ଟେମ୍ବର 2022, ଶନିଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୩ତାରିଖ, ଶନିବାର, ସିଂହମାସ ୧୮ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ସପ୍ତମୀତିଥି ଦିବା ୧୨ଟା ୨୮ମିନିଟ୍ ପରେ ଅଷ୍ଟମୀତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବୈଧୃତି ଯୋଗ । ବାଣିଜ୍ୟ କରଣ ଦିବା ୧୨ଟା ୨୮ମିନିଟ୍ ପରେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତାଳ ନ ଖାଇଲେ ଭଲ ଦିବା ୧୨ଟା ୨୮ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ଦିବା ୧୨ଟା ୨୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଏବଂ ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧ଟା ୧୮ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ସନ୍ଧ୍ୟା ୭ଟା ୨୪ମିନିଟ୍, ରାତ୍ର ୪ଟା ୮ମିନିଟ୍ ରୁ ୫ଟା ୩୫ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୪ମିନିଟ୍ ରୁ ୧୨ଟା ୫୯ମିନିଟ୍, ରାତ୍ର ୮ଟା ୧୭ମିନିଟ୍ ରୁ ୧୦ଟା ୩୫ମିନିଟ୍, ରାତ୍ର ୧୨ଟା ୧୦ମିନିଟ୍ ରୁ ୧ଟା ୪୧ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୪ଟା ୧ମିନିଟ୍ ।

ମେଷ:-ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଶ୍ରମସାର୍ଥକ ହେବ । ରାଜନୈତିକ କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ । କେତେକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବା ଫଳରେ ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସରକାରୀ କାମରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ଅଧିକ ରୋଜଗାରର ବାଟଦେଖା ଦେବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହୋଇ ପାରନ୍ତି । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶାରିରୀକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ପାଇବେ । କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

କର୍କଟ:-ଶତୃମାନେ ଦୂରେଇ ଯିବେ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ସନ୍ତାନଙ୍କ ଚିନ୍ତାରେ ମାନସିକ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସଂଘର୍ଷ ଦ୍ଵାରା ସଫଳତା ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତିରେ ନିଜ ଲୋକମାନେ ମନମୋଟିଆ ହେବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ପ୍ରତ୍ୟେକ କାର୍ଯ୍ୟ ସାବଧାନତା ପୂର୍ବକ କରିବା ଉଚ୍ଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-କର୍ମଚାରୀ ମାନଙ୍କର ଜନସମ୍ପର୍କ ସୁଦୃଢ ହେବ ଓ ଯାହା ଚିନ୍ତା କରିବେ ତାହା ପୂରଣ କରି ପାରିବେ । ଉଚ୍ଚ ରାଜକୀୟ ଅଧିକାରୀଙ୍କ ସହିତ ଭେଟ ହେବ ଓ ନିଜର କାମ ସମ୍ପନ୍ନ କରିବେ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ମିଳିବ । ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । କାମକାର୍ଯ୍ୟର ସ୍ଥିତିରେ ସୁଧାର ଆସିବା ଯୋଗୁ ମନ ବହୁତ ଖୁସି ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ରାଜକୀୟ ମାମଲାରେ ସଫଳତା ମିଳିବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇଭଉଣୀଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ବହୁତ ସମୟ ବିତାଇବେ ଓ ଉନ୍ନତ ଜ୍ଞାନ କୌଶଳରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଏହି ଦିନଟି ବିଶେଷ ଶୁଭ । ବ୍ୟବସାୟିମାନେ ଆଇନଗତ ବିଷୟ ପାଇଁ ଚିନ୍ତିତ ହେବେ । ଆପଣଙ୍କର ଗୁପ୍ତ ଜିନିଷ କିମ୍ବା ଯୋଜନା ଅନ୍ୟ ସମସ୍ତଙ୍କ ସହିତ ଅଂଶୀଦାର କରନ୍ତୁ ନାହିଁ । କିଛି ଲୋକ ଏହାର ଅଯଥା ଲାଭ ଉଠାଇବାକୁ ଚେଷ୍ଟା କରିପାରନ୍ତି । ଛୋଟ ଯତ୍ନ ବଡ଼ ସଫଳତାର ରାସ୍ତା ଖୋଲିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ମକର:-ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହୋଇ ଆୟ ବୃଦ୍ଧି ପାଇବ । ନୂତନକର୍ମ ନିଯୁକ୍ତି ପାଇବେ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ । ଦୂର ଯାତ୍ରାକରି ଉଦ୍ଵେଶ୍ୟ ପୂର୍ଣ୍ଣ କରି ପାରିବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଜୟଯୁକ୍ତ ହେବେ । ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ନିଜକାର୍ଯ୍ୟ ଦକ୍ଷତାର ସମ୍ପୂର୍ଣ୍ଣ ଲାଭ ଉଠାଇ ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଅଭାବ-ଅନାଟନ ଦୂର ହୋଇ ଆର୍ଥିକସ୍ଥିତି ସନ୍ତୋଷ ପ୍ରଦ ହେବ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ବଡ଼ ସଫଳତା ପାଇ ପାରିବେ । ଠିକ୍ ସମୟରେ ଅଫିସ୍ କାର୍ଯ୍ୟ ସମାପ୍ତ ହେତୁ ମନଖୁସି ରହିବ । ସୌନ୍ଦର୍ଯ୍ୟ ଏବଂ ରୋମାନ୍ସ ପାଇଁ ଉତ୍ସାହ ବଢିବ । ଜୀବନସାଥୀ ଏବଂ ପିଲାମାନଙ୍କ ପ୍ରତି ଉତ୍ସର୍ଗୀକୃତ ହେବେ । ବଡ଼ କମ୍ପାନୀରେ କାମ କରୁଥିବା ଲୋକମାନେ ସେମାନଙ୍କ ଚାକିରିରେ ସନ୍ତୁଷ୍ଟ ହେବେ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସମାଜର ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଦ୍ୱାରା ପ୍ରଭାବିତ ହେବେ । ଅନୁସନ୍ଧାନ କାର୍ଯ୍ୟ କ୍ଷେତ୍ରରେ ଆପଣ ଭଲ ସଫଳତା ପାଇପାରିବେ । ଜୀବନସାଥୀଙ୍କ ସହିତ ଏକାକୀ ସମୟ ବିତାଇବାକୁ ପସନ୍ଦ କରିବେ । ଆମଦାନୀ-ରପ୍ତାନି ସମ୍ବନ୍ଧୀୟ କାର୍ଯ୍ୟରେ ପ୍ରଚୁର ଲାଭ ହେବ । ବ୍ୟବସାୟରେ କିଛି ବୈଷୟିକ ପରିବର୍ତ୍ତନ କରିପାରିବେ । ଆପଣ ନୂତନ ବିଷୟ ଅଧ୍ୟୟନ କରିବାକୁ ଆଗ୍ରହ ପ୍ରକାଶ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!