ଦୈନିକ ରାଶିଫଳ: ୩ ସେପ୍ଟେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୩ ତାରିଖ, ଗୁରୁବାର, ସିଂହ ମାସ ୧୯ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ପ୍ରତିପଦତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୩୨ମିନିଟ୍ ରୁ ୧୨ଟା ୫୮ମିନିଟ୍। ପର୍ବଦିନ- ଅପରପକ୍ଷର ଦ୍ଵିତୀୟା ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ସମୟ ଅନୁକୂଳ ହୋଇ ଥିବାରୁ କାର୍ଯ୍ୟ ପୁରଣରେ ସହଜ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପରିବାର ଜନଙ୍କ ସାହାଯ୍ୟ ଦ୍ଵାରା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପ୍ରତିଯୋଗୀ ପରୀକ୍ଷାର ପରିମାଣ ଅନୁକୂଳ ହେବା ଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ଶତୃମାନେ ଦୂରେଇ ଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବା ସହ ଉଚ୍ଚ ପ୍ରଶଂସା ଲାଭ କରିବେ। ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରନ୍ତି। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ମାତାପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

କର୍କଟ:-

ସେବା ଭବନରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟୀ ମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ଶରୀର ସୁସ୍ଥ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ କର୍ମଚାରୀମାନେ ପ୍ରଶଂସିତ ହେବେ। ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଗୃହନିର୍ମାଣ, ଜମିଜମା କ୍ରୟବିକ୍ରୟ, ସେୟାରବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ। ଯଶ କୀର୍ତ୍ତିରେ ଉନ୍ନତି ହେବ। ଶତୃଙ୍କ ସହିତ ମୁକାବିଲା କରି ପାରିବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ଏକ ସଙ୍ଗେ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶତୃମାନେ ଦୂରେଇଯିବେ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଶ୍ରମ ସାର୍ଥକ ହେବ। ଆୟ ଉତ୍ତମ ହେବା ସହ କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶୁଭକାମ କରି ପ୍ରଶଂସିତ ହେବେ। ଅଶାନ୍ତିର ଝଡ ଶାନ୍ତ ହେବ। ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟୀମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ ଓ  ପ୍ରଚୁର ଲାଭ ପାଇବେ। ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବା ଫଳରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରିବା ସହ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ଵାସୀ ମନେ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!