ଦୈନିକ ରାଶିଫଳ: ୦୪ ଏପ୍ରିଲ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୪ତାରିଖ, ଶନିବାର, ମୀନ ମାସ ୨୨ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ଅଶ୍ଳେଷାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୧୮ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୧୦ଟା ୩୮ମିନିଟ୍। ପର୍ବଦିନ ସର୍ବ ସମ୍ମତ କାମଦା ଏକାଦଶୀ, ଶ୍ରୀମନ୍ଦିରରେ ସୀତା ବିବାହ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସମସ୍ତ ବ୍ୟାପାରରେ ଭଲ ମୁନାଫା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ଫୋନ ବା ଇଣ୍ଟରନେଟ୍ ରେ ନୂତନ ବନ୍ଧୁଙ୍କ ସହିତ ଯୋଗାଯୋଗ ହେବା ଫଳରେ ମନଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ।ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:- 

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ବକେୟା ଅର୍ଥ କିଛି ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭ କାମ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, ବ୍ୟବସାୟରେ ଲାଭର ପରିମାଣ ଅଧିକ ହୋଇ ଆର୍ଥୀକ ଉନ୍ନତି ଘଟିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ଲାଭ। କର୍ମରେ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଶତୃମାନେ ମଥାନତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଆର୍ଥୀକ ଉନ୍ନତି ଘଟିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ପୁରାତନ ରୋଗର ଉପସମ ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଶତୃମାନେ ପରାଜିତ ହେବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ଫଳରେ ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ଆତ୍ମୀୟ ସ୍ଵଜନଙ୍କ ପାଇଁ ଗୃହୋପକରଣ କ୍ରୟ କରିବେ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଧନଲାଭ ହେବାରୁ ଖୁସି ହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଶୁଭ ସମ୍ବାଦ ପାଇବେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ପରିବାର ଠାରୁ ସୁଖ ମିଳିବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!