୨୦୨୨ ମସିହା, ଏପ୍ରିଲ ମାସ ୪ତାରିଖ, ସୋମବାର, ମୀନ ମାସ ୨୧ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ତୃତୀୟା ତିଥି ଦିବା ୧ଟା ୫୬ ମିନିଟ୍ ପରେ ଚତୁର୍ଥୀ ତିଥି, ଦ୍ଵିଜା ନକ୍ଷତ୍ର, ଦିବା ୨ଟା ୨୯ମିନିଟ୍ ପରେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ସକାଳ ୭ଟା ୪୨ମିନିଟ୍ ପରେ ପ୍ରୀତି ଯୋଗ । ଗର କରଣ ଦିବା ୧ଟା ୫୬ମିନିଟ୍ ପରେ ବଣିଜ କରଣ । ମିଥୁନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ଦିବା ୧ ଟା ୫୬ ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୧ଟା ୫୬ ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୧୪ମିନିଟ୍ ରୁ ୮ଟା ୪୬ମିନିଟ୍, ଦିବା ୨ଟା ୫୪ମିନିଟ୍ ରୁ ଦିବା ୪ଟା ୨୬ମିନିଟ୍, ରାତ୍ରି ୧୦ଟା ୨୨ମିନିଟ୍ ରୁ ୧୧ଟା ୫୦ମିନିଟ୍ । ଶୁଭସମୟ- ସକାଳ ୫ଟା ୪୨ମିନିଟ୍ ରୁ ୭ଟା ୧୪ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ଦିବା ୧ଟା ୪ମିନିଟ୍, ଦିବା ୪ଟା ୨୬ମିନିଟ୍ ରୁ ୫ଟା ୯ମିନିଟ୍, ସନ୍ଧ୍ୟା ୬ଟା ୪୫ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୯ମିନିଟ୍ ରୁ ରାତ୍ର ୨ଟା ୩୩ମିନିଟ୍ ।
ମେଷ:-ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ । କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । କର୍ମ କ୍ଷେତ୍ରରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମିଥୁନ:-ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଆର୍ଥିକସ୍ଥିତିକୁ ସୁଧାରିପାରିବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସନ୍ତାନ ସୁଖରେ ସୁଖୀ ହେବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ । ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ଆର୍ଥିକ ମାମଲା ସୁଧୁରିବ । କୌଣସି ବରିଷ୍ଠ ଅଧିକାରୀ, ଆନୁଷ୍ଠାନିକ କାର୍ଯ୍ୟରେ ଦେଖାହୋଇ ପାରନ୍ତି । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ସିଂହ:-ସୁଖ ଶାନ୍ତିରେ ଦିନଟି କାଟି ପାରିବେ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କନ୍ୟା:-ସାମାଜିକ କାର୍ଯ୍ୟରେ ରତ ହେବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ । ବକେୟା ଅର୍ଥ ଆଦାୟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ଦୂରଯାତ୍ରା କରି ମନ ଖୁସି ରହିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।
କୁମ୍ଭ:-କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ପାଇବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକଲେ ଲାଭବାନ ହେବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।