ଦୈନିକ ରାଶିଫଳ: 04 ଏପ୍ରିଲ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇ ଉଚିତ୍ ଲାଭ ପାଇବେ। ବୁଦ୍ଧିମତା କାରଣରୁ ଶତୃମାନଙ୍କୁ ପରାସ୍ତ କରି ସମସ୍ତ କ୍ଷେତ୍ରରେ ସଫଳତା ପାଇବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ସରକାରୀ କ୍ଷେତ୍ରରେ ଉନ୍ନତି ହେବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପତିପତ୍ନିଙ୍କ ମଧ୍ୟରେ ଥିବା ମନାନ୍ତର ମତାନ୍ତର ଦୂରେଇ ଯିବାସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧନ ସମ୍ପତ୍ତି ପ୍ରାପ୍ତି ହେବ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସହକର୍ମୀ ମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ। ଶରୀର ଭଲ ରହିବ ଓ ନୂତନ କର୍ମପ୍ରାପ୍ତି। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ। ସନ୍ତାନର ସୁଖବର ଶୁଣି ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ି ପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବା ସହ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ କିଛି ସମସ୍ୟା ଉପୁଜିବାସହ ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେବେ। କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ। ଭାଗୀଦାର ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିପାରେ। ଅନାବଶ୍ୟକ ଧାଁଦୌଡ଼ କରିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଶାରୀରିକ ଅସୁସ୍ଥତା ଓ ମନର ଭୟ ଆଶଙ୍କା ଦୂରେଇଯିବ। ବ୍ୟବସାୟ ପାଇଁ କୌଣସି ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଉତ୍ତମ ଲାଭ ପ୍ରାପ୍ତି ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯାଇ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ସବୁଥିରେ ସଫଳତା ମିଳିବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ। ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!