୨୦୨୨ମସିହା, ଡିସେମ୍ବର ମାସ ୪ତାରିଖ, ରବିବାର, ବିଛାମାସ ୧୯ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର, ସକାଳ ୬ଟା ୧୬ମିନିଟ୍ ପରେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ବବ କରଣ ସନ୍ଧ୍ୟା ୫ଟା ୪୩ମିନିଟ୍ ପରେ ବାଳବ କରଣ । ମେଷରାଶିର ଘାତବାର । ଧନୁରାଶିର ଘାତଚନ୍ଦ୍ର, ସକାଳ ୬ଟା ୧୬ମିନିଟ୍ ପରେ ମେଷରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ପ୍ରାତଃ ୫ଟା ୫୮ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ପ୍ରାତଃ ୫ଟା ୫୮ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୫ମିନିଟ୍ ରୁ ୧୨ଟା ୫୮ମିନିଟ୍, ରାତ୍ରି ୧ଟା ୧୫ମିନିଟ୍ ରୁ ୨ଟା ୫୪ମିନିଟ୍ । ଶୁଭସମୟ- ସକାଳ ୬ଟା ୫୪ମିନିଟ୍ ରୁ ୯ଟା ୩ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ର ୭ଟା ୪୧ମିନିଟ୍ ରୁ ୯ଟା ୨୪ମିନିଟ୍, ରାତ୍ର ୧୨ଟା ୪ମିନିଟ୍ ରୁ ୧ଟା ୧୪ମିନିଟ୍, ରାତ୍ର ୨ଟା ୫୫ମିନିଟ୍ ରୁ ୬ଟା ୧୦ମିନିଟ୍ ।
ମେଷ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ । ସତର୍କ ରହି ଯାତାୟତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ସାର୍ବଜନୀନ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ବୃତ୍ତିଗତ ଦୃଷ୍ଟିରୁ କାର୍ଯ୍ୟକ୍ଷେତ୍ର ସୁରକ୍ଷିତ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ ହୋଇପାରେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ତୁଳା:-ଶୁଭକାମ କରି ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ବିଚ୍ଛା:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ଧନୁ:-ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କର୍ମକ୍ଷେତ୍ରରେ ବେଖାତିର ଭାବ ଯୋଗୁ ଉଚ୍ଚାଧିକାରୀଙ୍କ କୋପ ବଢ଼ିବ । ନିଜ ଲୋକ ମନମୋଟିଆ ହୋଇ ପାରନ୍ତି । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ଶତୃମାନେ ମଥାନତ କରିବେ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଶାରିରୀକ ସୁସ୍ଥତା ଦେଖା ଦେବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ ।
ମୀନ:-ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର- ମୟୂର ଚନ୍ଦ୍ରିକାଟିଏ ପାଖରେ ରଖି ଯାତ୍ରା କରନ୍ତୁ ।