ଦୈନିକ ରାଶିଫଳ: 04 ଜାନୁୟାରୀ 2023, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୪ତାରିଖ, ବୁଧବାର, ଧନୁମାସ ୨୦ଦିନ, ପୌଷମାସ ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି ରାତ୍ରି ୧୨ଟା ୧ମିନିଟ୍ ପରେ ଚତୁର୍ଦସୀ, ରୋହିଣୀ ନକ୍ଷତ୍ର ସନ୍ଧ୍ୟା ୬ଟା ୪୮ମିନିଟ୍ ପରେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ଶୁଭ ପ୍ରାତଃ ୭ଟା ୫ ମିନିଟ ପରେ ଶୁକ୍ଳ ଯୋଗ। କୈଳବ କରଣ ଦିବା ୧୦ଟା ୫୯ମିନିଟ୍ ପରେ ତୈତିଳ କରଣ ରାତ୍ରି ୧୨ ଟା ୧ମିନିଟ ପରେ ଗର କରଣ । କର୍କଟ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ ରାତ୍ରି ୧୨ଟା ୧ମିନିଟ୍ ପରେ ବିରି ଜାତୀୟ ଖାଦ୍ୟ, ତୈଳ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ରାତ୍ରି ୧୨ଟା ୧ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୯ଟା ୮ମିନିଟ୍ ରୁ ୧୦ଟା ୩୦ମିନିଟ୍, ଦିବା ୧୧ଟା ୫୧ ମିନିଟରୁ ଦିବା ୧ଟା ୧୨ମିନିଟ୍, ରାତ୍ରି ୩ଟା ୮ମିନିଟରୁ ୪ଟା ୪୭ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୮ଟା ୩୬ମିନିଟ୍, ଦିବା ୧୦ଟା ୪୬ମିନିଟ୍ ରୁ ୧୧ଟା ୫୧ମିନିଟ୍, ଦିବା ୧ଟା ୩୯ମିନିଟ୍ ରୁ ୩ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୯ମିନିଟ୍ ରୁ ୭ଟା ୨ମିନିଟ୍, ରାତ୍ର ୮ଟା ୪୭ମିନିଟ୍ ରୁ ୩ଟା ୮ମିନିଟ୍, ରାତ୍ର ୪ଟା ୪୭ମିନିଟ୍ ରୁ ୬ଟା ୨୬ମିନିଟ୍। ପର୍ବଦିନ- ଶିବ ପ୍ରଦୋଷ ବ୍ରତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଦୂରଯାତ୍ରାରେ ସଫଳତା ମିଳିବ। ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ। ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ବୃଷ:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ର ସୂଚନା ପାଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମିଥୁନ:-ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ। ଆଳସ୍ୟ ବୃଦ୍ଧିପାଇବ। କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ। ପରିବାରରେ ସୁଖଶାନ୍ତି ଫେରି ଆସି ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସନ୍ତାନମାନଙ୍କର ଉନ୍ନତି ଫଳରେ ଖୁସିହେବେ। ରାଜନୀତି କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ପରିବେଶ ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ ଓ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ।

ତୁଳା:-ସଭାସମିତି, ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ନିଜ ଲୋକମାନେ ପରଭଳି ବ୍ୟବହାର କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପ୍ରେମୀକପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ। ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇପାରେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଶୁଭ ସମାଚାର ମିଳିପାରେ। ବ୍ୟବସାୟ ବୃଦ୍ଧି କିମ୍ବା ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ନୂତନ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଘରଲୋକଙ୍କୁ ବିଶ୍ଵାସ କରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ ତେଣୁ ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନୂଆ ଚାକିରୀ ହେବାର ସୂଚନା ମିଳିବ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!