ସାପ୍ତାହିକ ରାଶିଫଳ: ଜାନୁୟାରୀ ୦୪ ତାରିଖ ରୁ ଜାନୁୟାରୀ ୧୦ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟା ସୁଧାରୀ ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରି ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖା ଦେଇ ପାରେ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପଦୋନ୍ନତିର ସୂଚନା ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଆର୍ଥିକ ଉନ୍ନତିରେ ସଫଳତା ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ ଓ ମଉଜ ମସ୍ତିରେ ସମୟ କଟିପାରେ। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। କିନ୍ତୁ ୪-୯-୧୦ ତାରିଖରେ ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜନସେବାରେ ନିଜକୁ ନିୟୋଜିତ କରିବେ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ୫-୬ ତାରିଖରେ ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ କାମ କରି ପ୍ରଶଂସିତ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବକେୟା ଅର୍ଥ ଆଦାୟ ହେବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। କିନ୍ତୁ ୭-୮ତାରିଖରେ ବନ୍ଧୁଙ୍କର ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବଜାୟ ରଖିବେ। ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ନୂତନ ଯୋଜନାରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ। କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ୪-୫-୬ତାରିଖରେ ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ସରକାରୀ କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ। ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେ ଶାନ୍ତି ଆସିବ। ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ୫-୬-୭-୮ତାରିଖରେ ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ।ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ମନଖୁସି ରହିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ୭-୮-୯-୧୦ତାରିଖରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ଉଦର ରୋଗ, ବାୟୁବିକାର, ଚର୍ମରୋଗ, ସ୍ନାୟୁ ଦୁର୍ବଳତା ଆଦି ରୋଗମାନ ଦେଖା ଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!