ଦୈନିକ ରାଶିଫଳ: ୦୪ ଜୁଲାଇ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୪ ତାରିଖ, ଶନିବାର, ମିଥୁନ ମାସ ୨୦ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ଦିବା ୧୧ଟା ୩୪ମିନିଟ୍ ଗତେ ପୂର୍ଣ୍ଣିମା ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ବିରି, ତୈଳ ନ ଖାଇଲେ ଭଲ, ଦିବା ୧୧ଟା ୩୪ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଶୁଭସମୟ ଦିବା ୧୦ଟା ୧୩ମିନିଟ୍ ରୁ ୧୨ଟା ୧୬ମିନିଟ୍, ଦିବା ୩ଟା ୯ମିନିଟ୍ ରୁ ୩ଟା ୪୭ମିନିଟ୍, ସନ୍ଧ୍ୟା ୭ଟା ୪୮ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୧ଟା ୩୦ମିନିଟ୍ ରୁ ୧ଟା ୩୮ମିନିଟ୍। ପର୍ବଦିନ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ନୀଳାଦ୍ରି ବିଜେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପତିଆରା ଅମଳିନ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ଭାତୃ ବିବାଦ ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରି କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବା ଫଳରେ ରୋଜଗାର ସମସ୍ୟା ସୁଧୁରି ଯିବ।  ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଉପଯୋଗ କରିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଗୁରୁଜନଙ୍କ ଶୁଭାଶୀର୍ବାଦ ପାଇ ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ କରି ସୁଖଶାନ୍ତି ପାଇବା ସହ ଦାମ୍ପତ୍ୟ ସମସ୍ୟା ଦୂରେଇ ଯିବ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିଲେ ସମସ୍ତ ବ୍ୟାପାରରେ ଭଲ ମୁନାଫା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ସମସ୍ତ କ୍ଷେତ୍ରରେ ଜୟ ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସମାଜ ସେବା ଫଳରେ ସ୍ଵନାମ ଅର୍ଜନ କରି ପାରିବେ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ ନତୁବା କଷ୍ଟ ସହିବାକୁ ପଡିବ।ଘରୁ ନବାହାରିବା ଭଲ। ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।  ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହି କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରି ପାରନ୍ତି। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପାଇ ପାରନ୍ତି। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ଗୁରୁଗୁରୁଜନଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ପ୍ରେମୀପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ନୈତିକତା ହିସାବରୁ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। ଧନ ଲାଭ ହେବାର ସମ୍ଭାବନା ଅଛି। ପୈତୃକ ସମ୍ପତ୍ତି  ସମ୍ବନ୍ଧୀୟ ସମସ୍ୟା ସମାଧାନ କରିପାରିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!