ଦୈନିକ ରାଶିଫଳ: 04 ଜୁଲାଇ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୪ ତାରିଖ, ରବିବାର, ମିଥୁନ ମାସ ୨୦ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ଦଶମୀ ତିଥି, ଅଶ୍ଵିନୀ ନକ୍ଷତ୍ର, ସକାଳ ୯ଟା ୫ମିନିଟ୍ ଗତେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ, ବାଣିଜ୍ୟ କରଣ, ସକାଳ ୬ଟା ୪୧ମିନିଟ୍ ଗତେ ବିଷ୍ଟି କରଣ । ମେଷ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ରାତି ୭ଟା ୫୫ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତର ରାତି ୭ଟା ୫୫ମିନିଟ୍ ପରେ ଆଗ୍ନେୟ । ଶ୍ରାଦ୍ଧ ତର୍ପଣ- ୧୦ମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୧୧ଟା ୫୧ମିନିଟ୍ ରୁ ଦିବା ୧ଟା ୨୯ମିନିଟ୍ । ଦିବା ୧୦ଟା ୧୨ମିନିଟ୍ ରୁ ଦିବା ୧୧ଟା ୫୧ମିନିଟ୍ । ରାତ୍ରି ୧ଟା ୧୨ମିନିଟ୍ ରୁ ୨ଟା ୩୩ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୨ମିନିଟ୍ ରୁ ୯ଟା ୩୮ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ୪ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ରାତ୍ର ୭ଟା ୫୧ମିନିଟ୍, ରାତ୍ର ୧୦ଟା ୪୭ମିନିଟ୍ ରୁ ୧୨ଟା ୫୫ମିନିଟ୍ ।

ମେଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ । କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରୀ ହେବେ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବା ଫଳରେ ପଢାପଢିରେ କୌଣସି ଅସୁବିଧା ହେବ ନାହିଁ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ମନରେଥିବା କାମନା ପୂର୍ଣ୍ଣ ହେବ । ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । କୌଣସି ନୂତନ କର୍ମ କରିବାକୁ ଯୋଗାଯୋଗ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ସିଂହ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପାଇବେ । ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ଥିବା ଦ୍ଵନ୍ଦର ସମାଧାନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ଓ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପଢ଼ାପଢ଼ିରେ ମନଦେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତରେ ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

କର୍ମଜୀବୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହ ବୃଦ୍ଧିପାଇବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଛାତ୍ର ଛାତ୍ରୀ ମାନେ ପ୍ରତିଯୋଗୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚିତ୍ ପନ୍ଥା ଅନୁସରଣ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପାଇ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!