ଦୈନିକ ରାଶିଫଳ: 04 ଜୁଲାଇ 2022, ମହାଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ଆକସ୍ମିକ ଅର୍ଥ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୪ତାରିଖ, ସୋମବାର, ମିଥୁନମାସ ୨୦ଦିନ, ଆଷାଢମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ମଘାନକ୍ଷତ୍ର ସକାଳ ୮ଟା ୪୨ମିନିଟ୍ ପରେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ଦିବା ୧୨ଟା ୨୧ମିନିଟ୍ ପରେ ବ୍ୟତିପାତ ଯୋଗ । ବବ କରଣ ପ୍ରାତଃ ୫ଟା ୫୩ମିନିଟ୍ ପରେ ବାଳବ କରଣ । ମିଥୁନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୬ଟା ୫୪ମିନିଟ୍ ରୁ ୮ଟା ୩୩ମିନିଟ୍, ଦିବା ୩ଟା ୮ମିନିଟ୍ ରୁ ୪ଟା ୪୭ମିନିଟ୍, ରାତ୍ରି ୧୦ଟା ୨୯ମିନିଟ୍ ରୁ ୧୧ଟା ୫୧ମିନିଟ୍ । ଶୁଭସମୟ- ସକାଳ ୮ଟା ୪୭ମିନିଟ୍ ରୁ ୧୦ଟା ୩୧ମିନିଟ୍, ରାତ୍ର ୯ଟା ୨୦ମିନିଟ୍ ରୁ ୧୦ଟା ୨୮ମିନିଟ୍, ରାତ୍ର ୧୧ଟା ୫୨ମିନିଟ୍ ରୁ ୧୨ଟା ୧୧ମିନିଟ୍, ରାତ୍ର ୧ଟା ୪୦ମିନିଟ୍ ରୁ ରାତ୍ର ୩ଟା ୫ମିନିଟ୍, ରାତ୍ର ୩ଟା ୫୦ମିନିଟ୍ ରୁ ୪ଟା ୩୨ମିନିଟ୍ । ପର୍ବଦିନ- ମଘାପଞ୍ଚମୀ, ସ୍ଵାମୀ ବିବେକାନନ୍ଦଙ୍କ ତିରୋଧାନ ଦିବସ ।

ମେଷ:-ସାମାଜିକ କାର୍ଯ୍ୟରେ ଜଡିତ ବ୍ୟକ୍ତିମାନଙ୍କର ପ୍ରାଧାନ୍ୟ ବୃଦ୍ଧି ପାଇବା ସହ ସାଧାରଣ ଲୋକ ଆପଣଙ୍କ ପ୍ରତି ବହୁତ ଆକର୍ଷିତ ହେବେ । ଶତୃମାନେ ଦୂରେଇ ଯିବେ । ବକେୟା ଅର୍ଥ କିଛି ମିଳିବ । ସରକାରୀ କାମରେ ସଫଳତା ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ ପତିଆରା ଅମଳିନ ରହିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ପୁରୁଣା ରୋଗ ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିପାରେ । ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ସିଂହ:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଆପଣ ଫୋନ୍ ଏବଂ ଇମେଲ୍ ମାଧ୍ୟମରେ ଭଲ ସୂଚନା ପାଇ ପାରିବେ । ବ୍ୟବସାୟରେ ଭଲ ଲାଭ ମିଳିବା ସହ ଆୟର ନୂତନ ଉତ୍ସ ବିକାଶ ହୋଇପାରେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିଯୋଗିତା ପରୀକ୍ଷା, ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ସହିତ ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସମସ୍ତ ବାଧାକୁ ଭ୍ରୂକ୍ଷେପ ନକରି ସଂଘର୍ଷ କରି ଆଗକୁ ବଢି ପାରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ଛାତ୍ର ଛାତ୍ରୀମାନେ ଆଜି ଅଧ୍ୟୟନ ବିଷୟରେ ଠିକ୍ ନିଷ୍ପତ୍ତି ନେଇପାରିବେ । ଲୁହା ଏବଂ ଭାରୀ ଯନ୍ତ୍ର ସହିତ ଜଡିତ ଥିବା ଶିଳ୍ପଗୁଡିକରେ ଭଲ ଲାଭ ହୋଇପାରେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଆଇନଗତ ମାମଲା ବିଚାରାଧୀନ ରହିପାରେ । ନିଜର କାର୍ଯ୍ୟପ୍ରତି ଉତ୍ସର୍ଗୀକୃତ ହେବା କାରଣରୁ ସହକର୍ମୀମାନେ ଆପଣଙ୍କର ପ୍ରଶଂସା କରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ । କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

ଧନୁ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମାଆବାପାଙ୍କ ଠାରୁ ସହଯୋଗ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଯାତ୍ରାଫଳରେ ଉତ୍ସାହିତ ହେବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!