ଦୈନିକ ରାଶିଫଳ: 04 ଜୁନ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୪ ତାରିଖ, ଶୁକ୍ରବାର, ବୃଷମାସ ୨୧ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଦଶମୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୪ମିନିଟ୍ ରୁ ୬ଟା ୫୪ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୨ଟା ୪୮ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ରାତ୍ର ୮ଟା ୨୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଗୃହୋପକରଣ କ୍ରୟ କରିବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ମନର ଅଶାନ୍ତି ଅସନ୍ତୋଷ ଦୂରହୋଇ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟ ଠିକ୍ ରହିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଚେଷ୍ଟା କଲେ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସହକର୍ମୀ ମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅନେକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । କୁଟୁମ୍ବରେ ବାଦବିବାଦ ଯୋଗେ ଧନହାନୀ ହେବାର ସମ୍ଭାବନା ଅଛି । ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଗୃହରେ ଅନାବଶ୍ୟକ ଲୁହାଦ୍ରବ୍ୟ ଥିଲେ ବାହାର କରି ଫୋପାଡି ଦିଅନ୍ତୁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ଶିକ୍ଷକ, ପ୍ରଶିକ୍ଷକ ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ ହେବା ସହ ପ୍ରଶଂସା ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ । ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହେବା ସହ ବହୁବିଧ ସୁଯୋଗ ଜୁଟିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ । କର୍ମକ୍ଷେତ୍ରରେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ । ଜଗିରଖି ନ ଚଳିଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ଅଚାନକ ଧନପ୍ରାପ୍ତି ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ଖୋଲିଯିବ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ । ବାଦବିବାଦ ଓ ସାକ୍ଷାତ୍କାରରେ ସଫଳ ହେବେ । ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି ଓ ଆକସ୍ମିକ ଅର୍ଥଲାଭ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚ ଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ଯୋଗେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!