୨୦୨୨ ମସିହା, ଜୁନମାସ ୪ତାରିଖ, ଶନିବାର, ବୃଷମାସ ୨୧ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ପଞ୍ଚମୀତିଥି, ପୁଷ୍ୟାନକ୍ଷତ୍ର ରାତି ୯ଟା ୫୪ମିନିଟ୍ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଧୃବ ଯୋଗ ରାତି ୪ଟା ୧୮ମିନିଟ୍ ପରେ ବ୍ୟାଘାତ ଯୋଗ । ବବ କରଣ ଦିବା ୩ଟା ୪୯ମିନିଟ୍ ପରେ ବାଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୧୦ମିନିଟ୍ ରୁ ୬ଟା ୪୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୨ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ସନ୍ଧ୍ୟା ୭ଟା ୪୦ମିନିଟ୍, ରାତ୍ର ୩ଟା ୪୯ମିନିଟ୍ ରୁ ୫ଟା ୧୦ମିନିଟ୍ । ଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ୧୨ଟା ୧୦ମିନିଟ୍, ଦିବା ୩ଟା ୩ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ର ୭ଟା ୪୧ମିନିଟ୍ ରୁ ୭ଟା ୪୫୫ମିନିଟ୍, ରାତ୍ର ୧୧ଟା ୨୪ମିନିଟ୍ ରୁ ୧ଟା ୩୨ମିନିଟ୍, ରାତ୍ର ୩ଟା ୧ମିନିଟ୍ ରୁ ୩ଟା ୪୮ମିନିଟ୍ । ପର୍ବଦିନ- ଶିବ ବିବାହ ।
ମେଷ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।
ବୃଷ:- ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପନିପରିବା ଫସଲ ଆମଦାନୀରେ ଖୁସି ରହିବେ । ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଧିକାରୀ କାମରେ ପ୍ରସନ୍ନ ରହିବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ସାହିତ୍ୟ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିଯୋଗିତା ପରୀକ୍ଷାରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
ବିଚ୍ଛା:-କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ଧନୁ:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ମନପସନ୍ଦ ଜିନିଷପାଇ ଖୁସି ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିହେବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।
ମକର:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ମାନସିକ ସୁସ୍ଥତା ଅନୁଭବ କରିବେ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପରିବାରରେ ସୁଖଶାନ୍ତି ଫେରି ଆସିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
କୁମ୍ଭ:-ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ମୀନ:-ଆକସ୍ମିକ ଧନ ପ୍ରାପ୍ତି ହୋଇ ଅର୍ଥ ସମ୍ପର୍କୀୟ ସମସ୍ୟା ଅନୁକୂଳ ରହିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ପେଶା, ବ୍ୟବସାୟ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁରତା ଆସିବ । ମାଲିମୋକଦ୍ଦମାରେ, ଖେଳ, ନୃତ୍ୟ ଗୀତ ଓ ପ୍ରତିଯୋଗିତାରେ ସଫଳ ହେବେ । ବିଦ୍ୟାରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।