ଦୈନିକ ରାଶିଫଳ: 04 ମାର୍ଚ୍ଚ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୪ତାରିଖ, ଗୁରୁବାର, କୁମ୍ଭମାସ ୨୧ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୮ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୧୦ଟା ୪୯ମିନିଟ୍ ରୁ ୧ଟା ୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବୃଷ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଦ୍ଵାରା ଆୟର ସ୍ରୋତ ଖୋଲିଯିବ । ପ୍ରେମିକ ପ୍ରେମିକାମାନଙ୍କର ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ରୁଚି ବଢ଼ିବ । ରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ । ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ପ୍ରତିକାର- ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ମନରେ ଅଶାନ୍ତି ଅସନ୍ତୋଷ ଦୂରହୋଇ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରତିକାର-ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରତିକାର- ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- ଗଣେଶ ଭଗବାନଙ୍କୁ ସିନ୍ଦୁର ଅର୍ପଣ କରି ପ୍ରଣାମ କରନ୍ତୁ ।

ବିଚ୍ଛା:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-

ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଯୋଗାଯୋଗ କରି ପାରନ୍ତି । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ସନ୍ତାଠାରୁ ସୁଖପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ଏବଂ ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ରାଜନୀତିରେ ଲୋକ ସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ପ୍ରେମୀ ପ୍ରେମିକାଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ମୀନ:-

ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!